Masthead

ଏନଏସି ଘୋଷଣା ଦାବିରେ ୧୨ ଘଣ୍ଟିଆ ଉଲୁଣ୍ଡା ବନ୍ଦ ଡାକରା

ସୋନପୁର (ବଡ଼ ଖବର ବ୍ୟୁରୋ): ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ୧୨ ଘଣ୍ଟିଆ ବନ୍ଦ ଡାକରା। ସକାଳ ୬ ଟା ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ରହିବ । ଉଲୁଣ୍ଡା ବ୍ଲକ ଅଞ୍ଚଳକୁ ଏନଏସି ଘୋଷଣା ଦାବିରେ ଏହି ବନ୍ଦ ପାଳନ କରାଯାଇଛି। ବିଗତ ସରକାର ଉଲୁଣ୍ଡାକୁ ଏନଏସି ଘୋଷଣା କରିଥିଲେ ମଧ୍ୟ ନୂତନ ସରକାର ଏହାକୁ ଘୋଷଣା କରିନାହାନ୍ତି । ଫଳରେ ସ୍ଥାନୀୟ ଅଞ୍ଚଳରେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି ।

ଏହାକୁ ନେଇ ଉଲୁଣ୍ଡା ଏନଏସି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସର୍ବଦଳୀୟ ବୈଠକ କରି ଆଜି ବ୍ଲକକୁ ୧୨ ଘଣ୍ଟିଆ ବନ୍ଦ କରିଛନ୍ତି । ଏହି ବନ୍ଦ ପ୍ରଭାବରେ ଦୋକାନ ବଜାର, ସ୍କୁଲ କଲେଜ ଓ ଗାଡ଼ି ମଟର ସବୁ ବନ୍ଦ କିଛି ବନ୍ଦ ଥିବା ଦେଖାଯାଇଛି । କ୍ରିୟାନୁଷ୍ଠାନ କମିଟି ସଦସ୍ୟମାନେ ବିଭିନ୍ନ ସ୍ଲୋଗାନ ଦେଇ ପିକେଟିଂ କରି ରାଜରାସ୍ତାରେ ଆନ୍ଦୋଳନ କରୁଛନ୍ତି । ସୋନପୁର ସମ୍ବଲପୁର ରାସ୍ତା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଜରୁରୀ ସେବାକୁ ବାଦ ଦେଲେ ସବୁ କିଛି ବନ୍ଦ ହୋଇ ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି