Masthead

ବିପଦପୂର୍ଣ୍ଣ ଗାଡ଼ି ଚାଳନା ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିପଦପୂର୍ଣ୍ଣ ଗାଡ଼ି ଚାଳନା ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ । ରିଲ୍ସ ବା ଭିଡିଓ କରିବା ନାଁରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ ଉପରେ ରଖାଯିବ ବିଶେଷ ନଜର । ରାସ୍ତାରେ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନା ନିର୍ଦ୍ଦେଶ ଦେଇଛନ୍ତି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ନେତୃତ୍ୱ ଓ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏଭଳି ଗାଡ଼ି ଚାଳକଙ୍କ ଉପରେ ନିୟନ୍ତ୍ରଣ ଆଣିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସମସ୍ତ ଆରଟିଓଙ୍କୁ ଏ ସଂପର୍କରେ ନିର୍ଦ୍ଦେଶ ପ୍ରଦାନ କରାଯାଇଛି ।

  ତ୍ୱରିତ ପଦକ୍ଷେପ ସ୍ୱରୂପ, କୋରାପୁଟ ଜିଲ୍ଲା ଜୟପୁର ଉପକଣ୍ଠ ବାରିଣିପୁଟଠାରେ ଜାତୀୟ ରାଜପଥରେ ମାଲବାହୀ ଟ୍ରକ୍ ଭାରସମ୍ୟ ହରାଇ ରାସ୍ତା ପାର୍ଶ୍ୱ ଦୋକାନ ଉପରେ ମାଡ଼ିଯିବା ଏବଂ ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୋଟର ଯାନ ଆଇନ ଓ ଭାରତୀୟ ନ୍ୟାୟ ସଂହିତା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଚାଳକ ଜଣକ ନିଶା ସେବନ କରି ଗାଡ଼ି ଚଲାଉଥିବା ଜଣାପଡ଼ିଛି । ଗାଡ଼ିକୁ ଜବତ କରାଯାଇଥିବା ବେଳେ ପୋଲିସ ଡ୍ରାଇଭରଙ୍କୁ ଅଟକ ରଖିଛି । ସେହିଭଳି ଗାଡ଼ିର ପଞ୍ଜିକରଣ ସାର୍ଟିଫିକେଟ ଓ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ନିଲମ୍ବନ ପାଇଁ ପଦକ୍ଷେପ ନିଆଯାଇଛି ।

 ସେହିଭଳି, ଖୋର୍ଦ୍ଧା ଜିଲ୍ଲା ହଳଦିଆର ଏକ ବିଦ୍ୟାଳୟ ସମ୍ମୁଖ ରାସ୍ତାରେ ଚଳନ୍ତା ଚାରିଚକିଆ ଗାଡ଼ିରେ ଡ୍ରାଇଭର ଷ୍ଟିଅରିଂ ଛାଡ଼ି ରିଲ୍ସ କରୁଥିଲେ । ଯାହାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା । ଖୋର୍ଦ୍ଧା ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ସ୍ଥାନୀୟ ପୋଲିସ, ଜଗତସିହପୁର ଓ ଭୁବନେଶ୍ୱର-1 ଆରଟିଓଙ୍କ ସହଯୋଗରେ ଗାଡ଼ିକୁ ଜବତ କରିଛନ୍ତି । ଜରିମାନା ସହ ଡ୍ରାଇଭିଂ ଲାଇସେନ୍ସ ଓ ପଞ୍ଜିକରଣ ସାର୍ଟିଫିକେଟ ନିଲମ୍ବନ ପାଇଁ ପଦକ୍ଷେପ ନେଇଛନ୍ତି ।

 ଭୁବନେଶ୍ୱରରେ ଏକ ବାଇକରେ ଯୁବକ-ଯୁବତୀଙ୍କ ବିପଦପୂର୍ଣ୍ଣ ଗାଡ଼ି ଚାଳନାର ଭିଡିଓ କିଛିଦିନ ତଳେ ଭାଇରାଲ ହୋଇଥିଲା । ଏହି ଘଟଣାରେ ମଧ୍ୟରେ ଭୁବନେଶ୍ୱର-2 ଆରଟିଓ ଗାଡ଼ି ଅଟକ ରଖିଥିବା ବେଳେ ଜରିମାନା, ଲାଇସେନ୍ସ ନିଲମ୍ବନ ଭଳି ପଦକ୍ଷେପ ଗ୍ରହଣ କରିଛନ୍ତି । ଅନ୍ୟପକ୍ଷରେ, ପୁରୀରେ ମଧ୍ୟ ଏଭଳି ବିପଦପୂର୍ଣ୍ଣ ଗାଡ଼ି ଚାଳନା ଘଟଣାରେ ଆରଟିଓଙ୍କ ପକ୍ଷରୁ ମୋଟର ଯାନ ଆଇନ ଅନୁଯୀୟ ପଦକ୍ଷେପ ଗ୍ରହଣ କରି ଗାଡ଼ିକୁ ଅଟକ ରଖି ଜରିମାନା କରାଯାଇଛି ।

ରିଲ୍ସ ତଥା ସୋସିଆଲ ମିଡିଆ ଭିୟୁ ପାଇଁ ଯୁବପିଢ଼ି ବିପଦପୂର୍ଣ୍ଣ ଗାଡ଼ି ଚଳାଉଥିବାର ଭିଡିଓ ନିୟମିତ ଭାବରେ ସାମ୍ନାକୁ ଆସୁଛି । ଯାହାପାଇଁ ଅନେକ ସମୟରେ ଦୁର୍ଘଟଣା ବି ଘଟୁଛି । କେବଳ ଉକ୍ତ ଗାଡ଼ି ଚାଳକ ନୁହେଁ, ଏହା ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ପାଇଁ ମଧ୍ୟ ବିପଦର କାରଣ ପାଲଟୁଛି । ନିୟମ ଉଲ୍ଲଙ୍ଘନର ଏଭଳି ଦୃଶ୍ୟ ଉପରେ ନିୟନ୍ତ୍ରଣ ପାଇଁ ସଡ଼କରେ ଏନଫୋର୍ସମେଣ୍ଟ ସହ ସୋସିଆଲ ମିଡିଆ ଉପରେ ମଧ୍ୟ ଏଭଳି ଘଟଣା ଉପରେ ଦୃଷ୍ଟି ରଖିବାକୁ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ନେଇଛି । ଉଭୟ ମୋଟର ଯାନ ଆଇନ ଓ ଭାରତୀୟ ନ୍ୟାୟ ସଂହିତାରେ ଏଭଳି କାର୍ଯ୍ୟ ବିରୋଧରେ କାର୍ଯ୍ୟନୁଷ୍ଠାନ ପାଇଁ ପ୍ରାବଧାନ ରହିଛି । ତେଣୁ ଏଭଳି ବିପଦପୂର୍ଣ୍ଣ ଗାଡ଼ି ଚାଳନାରୁ ଦୂରେଇ ରହିବାକୁ ସମସ୍ତଙ୍କୁ ଅନୁରୋଧ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ