Masthead

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ସଜାଗ ହେଲେ ସରକାର । ନିଜର ଆରମ୍ଭ କଲେ ପ୍ରସ୍ତୁତି । ଆଉ କିଛି ସମୟ ପରେ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ମନ୍ତ୍ରୀ ପରିଷଦର ବୈଠକ । ବିଭିନ୍ନ ଦିଗକୁ ନେଇ ହେବ ମାନସପୁତ୍ର। ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ ହେବେ ସାମିଲ । ସେପଟେ ଆଜି ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭା କକ୍ଷରେ ବସିବ ଏହି ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ଅନ୍ୟ ମନ୍ତ୍ରୀ ମାନେ ମଧ୍ୟ ବୈଠକରେ ରହିବେ ଉପସ୍ଥିତ ।

ସେହିପରି ସରକାରୀ ଦଳ ମୁଖ୍ୟ ସଚେତକ ଓ ବିରୋଧୀ ଦଳ ମୁଖ୍ୟ ସଚେତକଙ୍କ ସମେତ କଂଗ୍ରେସ ବିଧାୟକ ଦଳ ନେତା ମଧ୍ୟ ବୈଠକରେ ସାମିଲ ହେବେ । ବିଧାନସଭାକୁ ସୁରୁଖୁରୁରେ ଚଲାଇବା ପାଇଁ ସମସ୍ତ ଦଳମାନଙ୍କ ସହ ଆଲୋଚନା କରିବେ ବାଚସ୍ପତି । ତେବେ କାର୍ଯ୍ୟସୂଚୀ ଅନୁଯାୟୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ୨୫ ତାରିଖ ଯାଏଁ ଅଧିବେଶନ ଚାଲିବ । ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିବ । ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ ରହିଛି । ତେବେ ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ କଡା ଜବାବ ରଖିବାକୁ ପ୍ରସ୍ତୁତ ହେଉଛି ଶାସକ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ