Masthead

ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶ୍ରୀମୟୀଙ୍କ ନିଶାନାରେ ପାଣ୍ଡିଆନ । ପାଣ୍ଡିଆନଙ୍କୁ ଭଣ୍ଡ ସନ୍ୟାସୀ କହିଲେ ଶ୍ରୀମୟୀ। ଧୃତରାଷ୍ଟ୍ର’ ଆକ୍ଷେପ ପରେ ପାଣ୍ଡିଆନ୍‌ଙ୍କୁ କଟାକ୍ଷ କଲେ ଶ୍ରୀମୟୀ ମିଶ୍ର। ନିଜ ସୋସିଆଲ୍ ମିଡିଆ ପେଜରେ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର ଏଥର ସନ୍ନ୍ୟାସ ଉପାଖ୍ୟାନ ଲେଖିଛନ୍ତି। ଯାହା କି ପରୋକ୍ଷରେ ବିଜେଡିରୁ ସନ୍ନ୍ୟାସ ନେଇଥିବା ଭି.କେ. ପାଣ୍ଡିଆନଙ୍କ ଆଡକୁ ନିଶାନା ବୋଲି ଆଲୋଚନା ହେଉଛି ।  ପାଣ୍ଡିଆନଙ୍କ ସନ୍ୟାସୀ ଉପରେ ଉଠାଇଲେ ପ୍ରଶ୍ନ। ସନ୍ନ୍ୟାସୀ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି। ହେଲେ ଆଜିର ଯୁଗରେ ସନ୍ନ୍ୟାସୀଙ୍କ ପରିଭାଷା ଅଲଗା ।ସଂସାରର ସମସ୍ତ ସୁଖ ସମ୍ଭୋଗଠୁ ଦୂରେଇ ରହିଥିବା ବ୍ୟକ୍ତିକୁ ହିଁ ସନ୍ନ୍ୟାସୀ ରୂପେ ସମାଜ ଗ୍ରହଣ କରେ। କିନ୍ତୁ ଏଥିରେ ବ୍ୟତିକ୍ରମ ହେଲେ ସମାଜ ତାକୁ ଭଣ୍ଡ ଆଖ୍ୟା ଦେବାକୁ ପଛାଏ ନାହିଁ। ହେଲେ ଏବେ କିଛି ଘଟଣା ତାର ବ୍ୟତିକ୍ରମ। ଯେଉଁମାନେ ସନ୍ନ୍ୟାସ କହି ସବୁ ସୁଖ ସ୍ବାଚ୍ଛନ୍ଦ ପ୍ରତି ଲାଳାୟିତ ରହୁଛନ୍ତି ଓ ଭଣ୍ଡ ସନ୍ନ୍ୟାସ ଆଖ୍ୟାରେ ପରିଚୟ ପାଇ ଶିରୋନାମା ମଣ୍ଡନ କରୁଛନ୍ତି।

ସମସ୍ତ ମୋହ ମାୟା ପ୍ରତି ଦୁର୍ବଳତା ନ ରଖିବା ବ୍ୟକ୍ତି ବିଶେଷଙ୍କୁ ସମାଜ ସନ୍ନ୍ୟାସୀ ରୂପେ ଗ୍ରହଣ କରେ। କିନ୍ତୁ ଏଥିରେ ସନ୍ଦେହ କିମ୍ୱା ବ୍ୟତିକ୍ରମ ହେଲେ ସମାଜ ଭଣ୍ଡ ସନ୍ନ୍ୟାସୀର ରୂପ ଦେବାକୁ ତିଳେ ମାତ୍ର ପଛଘୁଞ୍ଚା ଦେଇନାହିଁ। ବର୍ତମାନ ଆମ ସମାଜରେ ଏହିପରି ଆମେ ଅନେକ ଗୁଡ଼ିଏ ଘଟଣା ଶୁଣୁଛେ କିମ୍ୱା ଦେଖୁଛେ, ଯେଉଁମାନେ ସନ୍ନ୍ୟାସ କହି ସମସ୍ତ ସୁଖ ସ୍ଵ।ଛନ୍ଦ୍ୟ ପ୍ରତି ଲାଳାୟିତ ରହୁଛନ୍ତି। ପରମୁହୁର୍ତ୍ତରେ ଏକ ଭଣ୍ଡ ସନ୍ନ୍ୟାସର ଆଖ୍ୟାରେ ପରିଚୟ ପାଇ ଶିରୋନାମା ମଣ୍ଡନ କରୁଛନ୍ତି। ହେଲେ ଏ ଯୁଗର କିଛି ସନ୍ନ୍ୟାସୀଙ୍କ ଭାଷାରେ “ଜଗତେ ପଛେ ନର୍କେ ପଡ଼ିଥାଉ, ମୋ ଜୀବନ ଉଦ୍ଧାର ହଉ”।ଏବେ ମଧ୍ୟ କଛି ସନ୍ନ୍ୟାସୀ ଜନମଙ୍ଗଳକରି ଭାବନା ନେଇ ତପସ୍ୟା କରିଛନ୍ତି, ହେଲେ ଆଉ କିଛି ଜଗନ୍ନାଥଙ୍କ ନାମ ନେଇ ଅନ୍ୟ ପାଇଁ ଗାତ ଖୋଳିବାକୁ ଯାଇ, ନିଜେ ଗାତରେ ପଡ଼ୁଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼