Masthead

ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ, କମ୍ପିବ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ଅନାସ୍ଥା ନୋଟିସ ନେଇ କମ୍ପିବ ଗୃହ । ବିରୋଧୀ ବିଜେଡିର ସମର୍ଥନ ଲୋଡିଛି କଂଗ୍ରେସ । ଅନାସ୍ଥାରେ କଂଗ୍ରେସର ୧୪ ଓ ସିପିଆଇଏମର ଜଣେ ବିଧାୟକଙ୍କ ଦସ୍ତଖତ । ଅନାସ୍ଥା ପ୍ରସ୍ତାବ କାଟ୍ ଖାଇବା ଥୟ । ସେପଟେ କଂଗ୍ରେସ ବିରୋଧରେ ସ୍ୱାଧୀକାର ଭଙ୍ଗ ନୋଟିସ୍ ଆଣିପାରେ ବିଜେପି ।ମୁଖ୍ୟ ବିରୋଧୀ ଦଳ ବିଜେଡିକୁ ଏହା ଅଡ଼ୁଆରେ ପକାଇଛି। କାରଣ ବିଜେଡି ଅନାସ୍ଥାକୁ ନେଇ ଏପର୍ୟ୍ୟନ୍ତ ଚିତ୍ର ସ୍ପଷ୍ଟ କରିନାହିଁ । ସାର ପ୍ରସଙ୍ଗକୁ ନେଇ ବିଧାନସଭାରେରେ ସରକାରଙ୍କୁ ଘେରିବ ବିଜେଡି । ନାରୀ ନିର୍ୟ୍ୟାତନା ଓ ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ମଧ୍ୟ ଉଠାଇବ ବିରୋଧୀ ଦଳ ।

ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ୟ୍ୟ। କହିଛନ୍ତି, ରାଜ୍ୟରେ ସାର ବଣ୍ଟନରେ ବିଫଳ ହୋଇଛି ସରକାର। ସମବାୟ ସୂତ୍ରରେ ସାର ମିଳୁନାହିଁ । ଲମ୍ବା ଧାଡ଼ିରେ ରାତିରୁ ଆସି ଠିଆ ହେଉଛନ୍ତି ଚାଷୀ । ଓଡ଼ିଶାର ଜନସାଧାରଣ ଯନ୍ତ୍ରଣାରେ ପେଷି ହେଉଛନ୍ତି । କଳାବଜାରୀରେ ତିନି ଗୁଣ ଚାରି ଗୁଣ ଚଢ଼ା ଦରରେ ସାର ମିଳୁଛି। ଚାଷୀ ଧାନ ବିକ୍ରି ପାଇଁ ରେଜିଷ୍ଟ୍ରେସନ ଠିକ ଭାବେ ହେଉନାହିଁ । ସରକାର କେବଳ ଘୋଷଣା କରିଛନ୍ତି କିଛି କରିନାହାନ୍ତି । ତେଣୁ ସରକାର ଏଥିରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ଅନ୍ୟପକ୍ଷରେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ୟ୍ୟସ୍ତ ହୋଇପଡିଛି, ମହିଳା ହିଂସା ବଢ଼ିବାରେ ଲାଗିଛି। ନାରୀମାନେ ରାସ୍ତାରେ ସୁରକ୍ଷିତ ନାହାନ୍ତି। ପଞ୍ଚାୟତିରାଜ ବ୍ୟବସ୍ଥା ଉପରେ ସରକାର ଆକ୍ରମଣ କରିବା ସହ ନିର୍ବାଚିତ ପ୍ରତିନିଧିମାନଙ୍କ କ୍ଷମତା ସଙ୍କୁଚିତ କରିବାରେ ଲାଗିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି