Masthead

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡିର ପ୍ରତିବାଦ ବେଳେ ଖଣ୍ଡଯୁଦ୍ଧ । ଭାଙ୍ଗିଲେ ବ୍ୟାରିକେଡ୍, ବିଧାନସଭା ଆଗକୁ ଧସେଇ ପଶିବା ବେଳେ ପୋଲିସ ସହ ଧସ୍ତାଧସ୍ତି। ଆନ୍ଦୋଳନକାରୀଙ୍କୁ ଘଉଡ଼ାଇବାକୁ ପାଣି ମାଡ଼। ଗାନ୍ଧୀ ମାର୍ଗରେ ଗର୍ଜିଲା ବିଜେଡି। ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ପୁଲିସ-ବିଜେଡି କର୍ମୀଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ। ୨ଟି ବ୍ୟାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ। ବିଧାନସଭା ଆଡ଼କୁ ଅଗ୍ରସର ବେଳେ ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୁଲିସ।

ସରକାର ବିରୋଧୀ ନାରା ଦେବା ସହ ଆନ୍ଦୋଳନକାରୀ ୨ଟି ବ୍ୟାରିକେଡ୍ ଭାଙ୍ଗିଛନ୍ତି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି। ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରମୁଖ ସାମିଲ ହୋଇଛନ୍ତି। ବିଜେଡି କର୍ମୀମାନେ ବିଧାନସଭା ଆଡ଼କୁ ଅଗ୍ରସର ବେଳେ ପୁଲିସ ବିକ୍ଷୋଭକାରୀମାନଙ୍କୁ ଉଠାଇ ନେଇଛି। ପ ସୁରକ୍ଷା ଦୃଷ୍ଟିରୁ ଲୋୟର ପିଏମଜିରେ ୨୮ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି