ଟେଷ୍ଟ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ୍ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି ।  ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ୧୫ ଜଣିଆ ଟିମ୍‌ ଘୋଷଣା କରାଯାଇଛି । ଅଧିନାୟକ ଶୁବମନ ଗିଲଙ୍କ ନେତୃତ୍ବରେ ଦଳ ଘୋଷଣା । ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜାଙ୍କୁ ଉପଅଧିନାୟକ ଦାୟିତ୍ବ । ଆହତ ଜନିତ କାରଣ ପାଇଁ ଋଷଭ ପନ୍ତ ସ୍ଥାନ ପାଇଲେ ନାହିଁ । ୱିକେଟ କିପର ତାଲିକାରେ ଧ୍ରୁବ ଜୁରେଲଙ୍କ ସହ ଏନ୍‌ ଜଗଦିଶାନ ସାମିଲ । ଦଳରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଏହି ସିରିଜ୍ ପାଇଁ ରବିନ୍ଦ୍ର ଜାଡେଜାଙ୍କୁ ଉପ-ଅଧିନାୟକ ନିଯୁକ୍ତ କରାଯାଇଛି । ଦେବଦତ୍ତ ପାଡିକଲ ଦଳକୁ ଫେରିଛନ୍ତି ।

ଇଂଲଣ୍ଡ ଗସ୍ତରେ ଖେଳିଥିବା କରୁଣ ନାୟାରଙ୍କୁ ଦଳରୁ ବାଦ ଦିଆଯାଇଛି । ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ପାଇଁ ୧୫ ଜଣିଆ ଦଳ ହେଲେ ଶୁବମନ ଗିଲ (ଅଧିନାୟକ), ଯଶସ୍ୱୀ ଜୟସ୍ୱାଲ, କେ.ଏଲ୍ ରାହୁଲ, ସାଇ ସୁଦର୍ଶନ, ଦେବଦତ୍ତ ପାଦିକଲ, ଧ୍ରୁବ ଜୁରେଲ (ୱିକେଟ୍ କିପର), ରବିନ୍ଦ୍ର ଜାଡେଜା (ଉପ-ଅଧିନାୟକ), ୱାଶିଂଟନ୍ ସୁନ୍ଦର, ଯଶପ୍ରୀତ ବୁମରାହ, ଅକ୍ଷର ପଟେଲ, ମହମ୍ମଦ ସିରାଜ, ପ୍ରସିଦ୍ଧ କିଷ୍ଣା, କୁଲଦୀପ ଯାଦବ ।  ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ପ୍ରଥମ ଟେଷ୍ଟ୍ ଅକ୍ଟୋବର ୨ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ଦ୍ୱିତୀୟ ଟେଷ୍ଟ୍ ଅକ୍ଟୋବର ୧୦ରେ ରାଜଧାନୀ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!