Masthead

ବର୍ଷା ପାଇଁ ଓଡ଼ିଶାକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷା ପାଇଁ ଓଡ଼ିଶାକୁ ରେଡ୍‌ ଆଲର୍ଟ । ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।  ଓଡ଼ିଶାର କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ୱାର୍ଣ୍ଣିଂ କରାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାକୁ ଆଲର୍ଟ କରାଯାଇଛି।  ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ ସୃଷ୍ଟି ।  ଏହା ବଳ ଗୋଟାଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଅଵପାତ ।

ପରିଣାମରେ କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏବେ ପରବର୍ତ୍ତୀ ୨ରୁ ୩ ଘଣ୍ଟା ଭିତରେ ରାୟଗଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି । ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇ ଯାଇଛି । ଟୁଇନ୍ ସିଟିରେ ବି ଝିପ୍‌ ଝିପ୍‌ ବର୍ଷା ଲାଗି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼