Masthead

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଝାରସୁଗୁଡ଼ା ଅମଲିପାଲିରେ ଯୁବ ସମାବେଶକୁ କରିବେ ସମ୍ବୋଧନ । ୧୭ ଶହ କୋଟିର ରେଳ ପ୍ରକଳ୍ପ ରାଜ୍ୟବାସୀଙ୍କୁ ଭେଟିଦେବେ । ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବା କାର୍ଯ୍ୟକ୍ରମ ।ଝାରସୁଗୁଡାର ଯୁବ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ବିଜେପି କ୍ଷମତାକୁ ଆସିବା ପରେ ଏହା ମୋଦୀଙ୍କ ସପ୍ତମ ଓଡ଼ିଶା ଗସ୍ତ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପି ଶିବିର ବେଶ ଉତ୍ସାହିତ ଅଛି। ନିଜେ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମାବେଶକୁ ସଫଳ କରିବାକୁ ପ୍ରସ୍ତୁତି ଚୂଡାନ୍ତ ହୋଇଛି  । ସକାଳ ୯ଟା ୨୦ ମିନଟରେ ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀରୁ ବାହାରି ଝାରସୁଗୁଡ଼ା ବିମାନ ବନ୍ଦରରେ ଦିନ ୧୧ଟା ୧୦ ମିନଟରେ ପହଞ୍ଚିବେ ।

ବିମାନବନ୍ଦରରୁ ଜେଲ ଛକ ଯାଏଁ ୨ କିଲୋମିଟର ରୋଡ ସୋ କରି ପ୍ରଧାନମନ୍ତ୍ରୀ ସିଧାସଳଖ ଅମିଲିପାଲି ପଡିଆ ସଭାସ୍ଥଳରେ ପହଞ୍ଚିବେ । ଦେଢ ଘଣ୍ଟା ଧରି ସଭାସ୍ଥଳରେ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ସମୟରେ ଯୁବ ବିଜେପି କର୍ମୀଙ୍କୁ ଗୁରୁମନ୍ତ୍ର ଦେବା ସହ ଓଡ଼ିଶାକୁ ବଡ ଭେଟି ଦେବେ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷାବଳୟ ଭିତରେ ରହିଛି ଝାରସୁଗୁଡ଼ା । ଛକ ଛକରେ ପୋଲିସ ଜଗିଥିବା ବେଳେ ପୂରା ସହରରେ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି । ସନ୍ଧାନୀ କୁକୁରକୁ ଧରି ସଭାସ୍ଥଳରେ ଟିକିନିକି ଯାଞ୍ଚ କରୁଛନ୍ତି ସୁରକ୍ଷାକର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା