ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଝାରସୁଗୁଡା (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଝାରସୁଗୁଡ଼ା ଅମଲିପାଲିରେ ଯୁବ ସମାବେଶକୁ କରିବେ ସମ୍ବୋଧନ । ୧୭ ଶହ କୋଟିର ରେଳ ପ୍ରକଳ୍ପ ରାଜ୍ୟବାସୀଙ୍କୁ ଭେଟିଦେବେ । ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବା କାର୍ଯ୍ୟକ୍ରମ ।ଝାରସୁଗୁଡାର ଯୁବ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ବିଜେପି କ୍ଷମତାକୁ ଆସିବା ପରେ ଏହା ମୋଦୀଙ୍କ ସପ୍ତମ ଓଡ଼ିଶା ଗସ୍ତ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେପି ଶିବିର ବେଶ ଉତ୍ସାହିତ ଅଛି। ନିଜେ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମାବେଶକୁ ସଫଳ କରିବାକୁ ପ୍ରସ୍ତୁତି ଚୂଡାନ୍ତ ହୋଇଛି  । ସକାଳ ୯ଟା ୨୦ ମିନଟରେ ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀରୁ ବାହାରି ଝାରସୁଗୁଡ଼ା ବିମାନ ବନ୍ଦରରେ ଦିନ ୧୧ଟା ୧୦ ମିନଟରେ ପହଞ୍ଚିବେ ।

ବିମାନବନ୍ଦରରୁ ଜେଲ ଛକ ଯାଏଁ ୨ କିଲୋମିଟର ରୋଡ ସୋ କରି ପ୍ରଧାନମନ୍ତ୍ରୀ ସିଧାସଳଖ ଅମିଲିପାଲି ପଡିଆ ସଭାସ୍ଥଳରେ ପହଞ୍ଚିବେ । ଦେଢ ଘଣ୍ଟା ଧରି ସଭାସ୍ଥଳରେ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ସମୟରେ ଯୁବ ବିଜେପି କର୍ମୀଙ୍କୁ ଗୁରୁମନ୍ତ୍ର ଦେବା ସହ ଓଡ଼ିଶାକୁ ବଡ ଭେଟି ଦେବେ ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷାବଳୟ ଭିତରେ ରହିଛି ଝାରସୁଗୁଡ଼ା । ଛକ ଛକରେ ପୋଲିସ ଜଗିଥିବା ବେଳେ ପୂରା ସହରରେ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଛି । ସନ୍ଧାନୀ କୁକୁରକୁ ଧରି ସଭାସ୍ଥଳରେ ଟିକିନିକି ଯାଞ୍ଚ କରୁଛନ୍ତି ସୁରକ୍ଷାକର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ