Masthead

ରାଜ୍ୟରେ ଆହୁରି ୨ ଦିନ ପ୍ରବଳ ବର୍ଷା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହୋଇଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ପାଇଁ ୩ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଆଲର୍ଟ । କୋରାପୁଟ, କଳାହାଣ୍ଡି ଓ ମାଲକାନଗିରିକୁ ରେଡ୍‌ ଆଲର୍ଟ । ୧୪ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ । ଆଜି ସକାଳ ୮ଟାରୁ ଦିନ ୧୧ଟା ମଧ୍ୟରେ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଯାହାର ପ୍ରଭାବରେ ସାରାରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଇଏମଡି। ପ୍ରଭାବରେ ୨୮ତାରିଖ ଯାଏ ଲାଗି ରହିବ ବର୍ଷା । ଏହି ସମୟରେ ସମୁଦ୍ର ଉପକୁଳରେ ୪୦ରୁ ୬୦ କିଲୋମିଟର ପବନ ବହିବାର ସମ୍ଭାବନା ରହିଛି ।

ତେଣୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ଆଶଙ୍କା କରିଛି ଆଇଏମଡି । ଆଜି ପାଇଁ ମାଲକାନଗିରି, କୋରାପୁଟ ଓ କଳାହାଣ୍ଡି ଏହି ୩ ଜିଲ୍ଲାରେ ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ରାୟଗଡ଼ା, ଗଂଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡା ,ବଲାଙ୍ଗୀର , ନୟାଗଡ , ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ,କେନ୍ଦ୍ରାପଡା ଓ ଢେଙ୍କାନାଳ ଏହି ୧୪ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ  ଆଲର୍ଟ । ଅନ୍ୟ ୧୩ଜିଲ୍ଲାକୁ ମଧ୍ୟ ସତର୍କ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼