Masthead

ତାମିଲନାଡୁ ଦଳାଚକଟା ଘଟଣା, ମୃତ୍ୟୁସଂଖ୍ୟା ୩୯କୁ ବୃଦ୍ଧି

ତାମିଲନାଡୁ (ବଡ଼ ଖବର ବ୍ୟୁରୋ): ତାମିଲନାଡୁ କରୁର ଦଳାଚକଟା ଘଟଣାରେ ମୃତ୍ୟୁସଂଖ୍ୟା ୩୯କୁ ବୃଦ୍ଧି । ପୃଥକ ପୃଥକ ହସ୍ପିଟାଲ୍‌ରେ ୯୫ରୁ ଅଧିକ ଲୋକ ଚିକିତ୍ସିତ ହେଉଛନ୍ତି । କେତେକଙ୍କ ଅବସ୍ଥା ଗୁରୁତର ଥିବା ସୂଚନା । ସାଉଥ ଷ୍ଟାର ବିଜୟଙ୍କ ଟିଭିକେ ରାଲିରେ ଘଟିଛି ବଡ଼ ଅଘଟଣ । ସେପଟେ ଏଇ ଘଟଣା ଘଟିବା ପରେ ଗଭୀର ଦୁଃଖ ପ୍ରକାଶ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଓ ଆହତଙ୍କ ପାଇଁ ୧ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । କରୁର ଯାଇ ମୃତକଙ୍କ ପରିବାରକୁ ଭେଟି ଶାନ୍ତ୍ୱନା ଦେଲେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ । କୌଣସି ରାଜନୈତିକ ରାଲିରେ ଏପରି ପୂର୍ବରୁ ଘଟି ନ ଥିଲା ସେ କହିଛନ୍ତି । ଏହି ଘଟଣା ପରେ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ବରେ ଗଠନ କଲେ ତଦନ୍ତ କମିଶନ । ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ବିଜୟଙ୍କ ସଭାରେ ଆବଶ୍ୟକ ଠାରୁ ଅଧିକ ସଂଖ୍ୟକ ଲୋକ ଭିଡ଼ ହେବାରୁ ଏଭଳି ଅଘଟଣ ହୋଇଛି ।

ବିଜୟଙ୍କ ରାଲିରେ ୧୦ ହଜାର ଲୋକଙ୍କ ପାଇଁ ଅନୁମତି ମିଳିଥିଲା । ହେଲେ ପ୍ରାୟ ୫୦ ହଜାର ଲୋକ ଯୋଗ ଦେଇଥିଲେ । ରାଲି ପାଇଁ ଲୋକମାନେ ଅପେକ୍ଷା କରିଥିବା ବେଳେ ବିଜୟ ପହଞ୍ଚିବାରେ ବିଳମ୍ବ ହୋଇଥିଲା । ସଭାସ୍ଥଳରେ ପ୍ରାୟ ୬ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ ବିଜୟ । ସଭାସ୍ଥଳରେ ଭାଷଣ ଦେଉଥିବା ବେଳେ ହୋଇଥିଲା ଦଳାଚକଟା । ଦଳାଚକଟା ଅଘଟଣ ପାଇଁ ବିଜୟ ଭାଷଣ ବନ୍ଦ କରି ସହାୟତା ପାଇଁ ଅପିଲ କରିଥିଲେ । କାର୍ୟ୍ୟକର୍ତ୍ତାଙ୍କୁ ପାଣି ଯୋଗାଇବା ସହ ଆମ୍ବୁଲାନ୍ସକୁ ବାଟ ଛାଡ଼ିବାକୁ କହିଥିଲେ ବିଜୟ । ପ୍ରାୟ ୫୦ ଜଣ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିଥିବା ବେଳେ ଉଦ୍ଧାରକାର୍ୟ୍ୟକୁ ତ୍ବରାନ୍ବିତ କରାଯାଇଛି । ଅନ୍ୟ ଜିଲ୍ଲାରୁ ଡାକ୍ତର ଓ ମେଡିକାଲ ଷ୍ଟାଫଙ୍କୁ ତୁରନ୍ତ କରୁର ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି