Masthead

ଅକ୍ଟୋବର ୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ପହିଲା ବେଳକୁ ନେଇପାରେ ଲଘୁଚାପର ରୂପ ।  ଉତ୍ତର ଆଣ୍ଡାମାନ ସାଗର ନିକଟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।   ଅକ୍ଟୋବର ୧ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏହା ଲଘୁଚାପର ରୂପ ନେଇପାରେ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା  ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥର ଦଶହରାକୁ ବର୍ଷା ଭିଜାଇପାରେ ବୋଲି ଆଶଙ୍କା ଦେଖାଦେଇଛି ।

ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ  ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର  ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର  ବେଗରେ ପବନ ବହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି,  କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା,  କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ କରାଯାଇଛି । ଏହି ଜିଲ୍ଲାର ଗୋଟିଏକୁ  ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ  କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ବୁଧବାର ମଧ୍ୟ ମାଲକାନଗିରି, କୋରାପୁଟ,  ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ  ବର୍ଷା ହେବା ସହ ପବନ, ବଜ୍ରପାତର ପୂର୍ବାନୁମାନ  କରାଯାଇଛି । ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁର,  ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ  ଆଦି ଜିଲ୍ଲାରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା  ହେବାର ସମ୍ଭାବନା ରହିଛି । ସେହିପରି ଦଶହରା  ଦିନ ରାଜ୍ୟରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା  ହେବ । କିନ୍ତୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା,  କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି,  କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା,  ପୁରୀ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଅତି  ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏଥିଲାଗି  ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଗୁରୁବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର,  କଳାହାଣ୍ଡି, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି  ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା