Masthead

ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ ।  ଭକ୍ତଙ୍କ ଗହଣରେ ଜଗତଜନନୀ ମା’ । ଚାଲିଛି ପୂଜାର୍ଚ୍ଚନା, ହୋମଯଜ୍ଞ । ଆଜି ମଣ୍ଡପରେ ମାଆଙ୍କ ଅଷ୍ଟମୀ ପୂଜ। କଟକ, ଭୁବନେଶ୍ବର, ବାଲେଶ୍ବର,  ରାଉରକେଲା,  ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ ।  ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ।  ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ  ।  ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି।

ନବରାତ୍ରି ଅବସରରେ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ । ରୀତିନୀତି ପୂଜାବିଧି ଅନୁସାରେ ଚାଲିଛି ମାଆଙ୍କ ପୂଜାର୍ଚ୍ଚନା । ଘଣ୍ଟଘଣ୍ଟା ଓ ମନ୍ତ୍ର ଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ। ମାଆଙ୍କୁ ଦର୍ଶନ କରିବା ପାଇଁ ଶକ୍ତିପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି । ଆଧ୍ୟାତ୍ମିକ ଓ ଭକ୍ତି ମୟ ପରିବେଶ ମଧ୍ୟରେ ଭକ୍ତ ମାନେ ମାଆଙ୍କ ବେଶ ଦର୍ଶନ କରି କରୁଣା ଲାଭ କରୁଛନ୍ତି । ନବରାତ୍ର ବ୍ରତ ଧାରଣ କରି ଭକ୍ତମାନେ ମାଆଙ୍କର ପୂଜାର୍ଚ୍ଚନା କରୁଛନ୍ତି।

ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରୁଛି ସୁଉଚ୍ଚ ତୋରଣ । ସେପଟେ ପ୍ରକମ୍ପିତ ହେଉଛି କେନ୍ଦୁଝର ଜିଲ୍ଲା ଘଟଗାଁର ମାଆ ତାରିଣୀଙ୍କ ପୀଠ ।  ଆଜି ମହାନବମୀ ଅବସରରେ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ମା’ ।  ଅନ୍ୟପଟେ ମନ୍ଦିର ପରିସରରେ ଦଶଭୂଜାଙ୍କର କାନ୍ତ, କମନୀୟ ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଛନ୍ତି । ଦୁର୍ଗାପୂଜା ଅବସରରେ ମହାସପ୍ତମୀରୁ ବିଜୟା ଦଶମୀ ଯାଏ ୪ ଦିନ ଧରି ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ ତାରିଣୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି