ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତ । ଆଗାମୀ ୪ ଘଣ୍ଟାରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି । ଆଜି ମଧ୍ୟରାତି କିମ୍ବା ଆସନ୍ତାକାଲି ଭୋର ସୁଦ୍ଧା ଓଡ଼ିଶା ଉପକୂଳ ଗତି କରିବା ସମ୍ଭାବନା । ପାରାଦୀପ ଓ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ। ପ୍ରଭାବରେ ଓଡିଶା ଉପକୂଳ ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା। ଟୁଇନ୍ ସିଟିରେ ତୁହାକୁ ତୁହା ବର୍ଷା ଜାରି ରହିଛି ।
ଗଭୀରଅବପାତ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି । ପଶ୍ଚିମକେନ୍ଦ୍ରୀୟ ବଂଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ। ଏହ ଆଜି ରାତିରେ କିମ୍ବା କାଲି ସକାଳେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ।
ପାରାଦୀପରୁ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ଅଧିକ ସମ୍ଭାବନା ରହିଛି। ସମ୍ଭାବ୍ୟ ଗଭୀରଅବପାତ ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ସକାଳ ଯାଏଁ ରାଜ୍ୟରେ ବଡ଼ ବର୍ଷା ଏବଂ ପବନର ପ୍ରଭାବ ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି। ଆଜି ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । ଉତ୍ତର ଉପକୂଳର ୧୪ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ସହ ୯ ଜିଲ୍ଲାକୁ ୟଲୋ ଆଲର୍ଟ ଜାରି ହୋଇଛି। ୩ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ହେବ ।
