Masthead

ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ):ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ ଅନୁଷ୍ଠିତ ହେବାକୁ ଥିବାବେଳେ ସୁନାବେଶ ବା ରାଜରାଜଶ୍ୱେର ବେଶରେ ମହାପ୍ରଭୁ ଆଜି ସଜ୍ଜିତ ହୋଇ ଅଗଣିତ ଭକ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ। ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପର୍ଣ୍ଣ କରାଯିବ। ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯିବ।

ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୂଷଳ , ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖଚକ୍ର ଆୟୁଧ ଲାଗି କରିବେ। ସେପଟେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବାର ପରମ୍ପରା ରହିଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶକୁ ଦର୍ଶନ କରବା ପାଇଁ  ପୁରୀରେ ଆଜି ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଏପଟେ ମା ବିମଳାଙ୍କ ପ୍ରତିନିଧି ମା କାକୁଡିଖାଇଙ୍କର ଆଜି ବିସର୍ଜନ ଥିବାବେଳେ ଆସନ୍ତକାଲି ଅନ୍ୟାନ୍ୟ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀସଭା ପରେ ଭସାଣୀ ଉତ୍ସବ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ