ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ

କଟକ (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର ଜେଲରୁ ୨ କଏଦୀ ଫେରାର ହେବା ଘଟଣା । ସିସିଟିଭି ଫୁଟେଜକୁ ଖଣ୍ଡନ କଲା ପୋଲିସ । ଫୁଟେଜରେ ଥିବା ଯୁବକ ଆସାମୀ ନୁହଁନ୍ତି କହିଲା ପୋଲିସ । ଫୁଟେଜରେ ଥିବା ବ୍ୟକ୍ତି ଫେରାର ଆସାମୀ ବୋଲି ସନେ୍ଦହ କରାଯାଉଥିଲା ।  ଜେଲ୍‌ରୁ ୨ଡକାୟତ ଚମ୍ପଟ ହେବା ଘଟଣାରେ ୩ ଦିନ ହେଲାଣି ଏଯାଏଁ ଫେରାର କଏଦୀଙ୍କ ପତ୍ତା  ମିଳୁନି । କଏଦୀଙ୍କୁ ଧରିବା ପାଇଁ ୩ଟି ଟିମ୍‌ ଗଠନ କରାଯାଇଛି । ଏହି ଟିମ୍ ମଧ୍ୟ ବାହାର ରାଜ୍ୟକୁ ଯାଇ ଖୋଜାଖୋଜି କରିବା ଆରମ୍ଭ କରିଛନ୍ତି ।

ଜେଲରୁ କଏଦୀ ଫେରାର ହେବା ଘଟଣା ସାରାରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି । ସବୁଠାରୁ ଅଧିକ ସୁରକ୍ଷା ବ୍ୟବସ୍ଥା ଥିବା ଚୌଦ୍ବାର ଜେଲରୁ କଏଦୀ ଫେରାର ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ପାଚେରୀ ଚଢ଼ି କଏଦୀ ଫେରାର ହୋଇଛନ୍ତି । ଜେଲ୍‌ ପାଚେରୀରେ ଝୁଲିଥିବା କମ୍ବଳକୁ ଯୋଡ଼ି ତିଆରି କରିଥିବା ଦଉଡ଼ି ସହାୟତାରେ ପାଚେରୀ ଡେଇଁ ଚମ୍ପଟ ମାରିଥିଲେ ଦୁଇ କଏଦୀ  । ହାଇ ସିକ୍ୟୁରିଟି ସେଲରେ ଥିବା ଦୁଇ ବିହାରୀ କୁଖ୍ୟାତ ଡକାୟତ ମଧୁକାନ୍ତ ଓ ରାଜା ସାହାଣୀ ଚୌଦ୍ବାର ଜେଲ କର୍ତ୍ତୃପକ୍ଷଙ୍କୁ ଚକମା ଦେଇ ଚମ୍ପଟ ମାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’