Masthead

୧୪ ଜିଲ୍ଲାକୁ ସତର୍କ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୧୪ ଜିଲ୍ଲାକୁ ସତର୍କ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।  ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।  ଅନୁଗୁଳ, ଦେବଗଡ଼, ବରଗଡ଼, ଝାରୁସୁଗୁଡ଼ା, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ପୁରୀ ଏବଂ ଢେଙ୍କାନାଳ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୭ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ