ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା। ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୮, ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି । ସୋମବାର ପାରାଦୀପରେ ସର୍ବାଧିକ ୭୦ମିମି ବର୍ଷା ହୋଇଛି।
