Masthead

ଆଜି ବି ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ଆଜି ମଧ୍ୟ ବର୍ଷିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।  ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ , କଟକ , କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖ ପାଇଁ ସାରା ଓଡ଼ିଶାର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଅନ୍ୟ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୯ରୁ ୧୧ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି। ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିଭଳି ୧୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହା ପ୍ରଭାବରେ ଶୁକ୍ରବାର ଗଞ୍ଜାମ ଓ ଗଜପତିରେ ଭାରୀ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ରେ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼