Masthead

ଆଜି ବିଜେପିର କୋର କମିଟି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଜେପିର କୋର କମିଟି ବୈଠକ । ଏଥିରେ ନୂଆପଡ଼ା ଉପନିର୍ବାଚନ ନେଇ କିଛି ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଦଳର ରାଷ୍ଟ୍ରୀୟ ସଙ୍ଗଠନ ମହାମନ୍ତ୍ରୀ ବି.ଏଲ୍‌. ସନ୍ତୋଷ ଏବଂ ରାଷ୍ଟ୍ରୀୟ ସଙ୍ଗଠକ ଭି. ସତୀଶ ଏହି ବୈଠକରେ ସାମିଲହେବେ। ଉଭୟ ନେତା ବୁଧବାର ସୁଦ୍ଧା ଓଡ଼ିଶା ଗସ୍ତରେ ଆସିସାରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ୨ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ, ପ୍ରଭାତୀ ପରିଡ଼ା, ୨ ପ୍ରଭାରୀ ବିଜୟପାଲ ସିଂ ତୋମାର, ଲତା ଉସେଣ୍ଡି ଏବଂ କୋର୍‌ କମିଟିର ଅନ୍ୟ ସଦସ୍ୟମାନେ ସାମିଲ ହେବେ। ଦଳ ପକ୍ଷରୁ କାହାକୁ ନୂଆପଡ଼ା ଉପନିର୍ବାଚନରେ ପ୍ରାର୍ଥୀ କରାଯିବ ସେନେଇ କୋର୍‌ କମିଟିରେ ଚୂଡ଼ାନ୍ତ ହେବା ପରେ ସେହି ରିପୋର୍ଟ କେନ୍ଦ୍ରକୁ ପଠାଯିବ ବୋଲି ଜଣାପଡ଼ିଛି। ଗଣମାଧ୍ୟମକୁ ତୋମାର କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଦଳର ପ୍ରାର୍ଥୀ ସମ୍ପର୍କରେ କୋର୍‌ କମିଟିରେ ଚର୍ଚ୍ଚା ହେବ। ଦଳ ନୂଆପଡ଼ାରେ ୨୦୨୪ରେ ୩ ନମ୍ବର ସ୍ଥାନରେ ଥିଲା, ଏଥର ୧ ନମ୍ବରକୁ ଆସିବ ବୋଲି ତୋମାର କହିଛନ୍ତି। ଏହା ସହ ରାଜ୍ୟ କମିଟି ମଧ୍ୟ ଚୂଡ଼ାନ୍ତ ହୋଇପାରେ ବୋଲି ଆକଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ