Masthead

ଚୀନ ଉପରେ ଆମେରିକାର ୧୦୦% ଟାରିଫ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଉ ଏକ ଟାରିଫ୍ ବୋମା । ଚୀନ୍ ଉତ୍ପାଦ ଉପରେ ଲଗାଇଲେ ଅତିରିକ୍ତ ଶହେ ପ୍ରତିଶତ ଶୁଳ୍କ । ନଭେମ୍ବର ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ୍ଚ । ଆମେରିକାର ବାଣିଜ୍ୟ ଯୁଦ୍ଧ । ଡ୍ରାଗନ୍ ବିରୋଧରେ ୧୦୦% ଅତିରିକ୍ତ ଶୁଳ୍କ ଲାଗୁ କରିବାକୁ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ୍ । ସମସ୍ତ ଚୀନ୍ ଆମଦାନୀ ଉପରେ ଅତିରିକ୍ତ ଶୁଳ୍କ ଲାଗୁ କରିବାକୁ  ଘୋଷଣା କରିଛନ୍ତି ଟ୍ରମ୍ପ । ଏଥିସହିତ ସେ ଆମେରିକାରେ ନିର୍ମିତ ଗୁରୁତ୍ୱପୂର୍ଣ୍ଣ ସଫ୍ଟୱେର୍ ଉପରେ ରପ୍ତାନି ନିୟନ୍ତ୍ରଣ ଘୋଷଣା ମଧ୍ୟ କରିଛନ୍ତି ।

ଟ୍ରମ୍ପ୍ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ ଏକ ପୋଷ୍ଟରେ ଚୀନ୍ ଉପରେ ବର୍ଷିଛନ୍ତି । ଚୀନ୍ ଏକ ଅସାଧାରଣ ଭାବରେ ଆକ୍ରମଣାତ୍ମକ ବାଣିଜ୍ୟ ମନୋଭାବ ଗ୍ରହଣ କରିଛି, ଯାହା ସମସ୍ତ ଦେଶକୁ ପ୍ରଭାବିତ କରିବ ବୋଲି ଟ୍ରମ୍ପ୍ କହିଛନ୍ତି । ସେ ଦାବି କରିଛନ୍ତି ଯେ ଚୀନ୍ ଏହାର ଅଧିକାଂଶ ଉତ୍ପାଦ ଉପରେ ରପ୍ତାନି କଟକଣା ଲାଗୁ କରିବାକୁ ଯୋଜନା କରୁଛି, ଯାହା ବିଶ୍ୱ ବଜାରରେ ଅସନ୍ତୁଳନ ସୃଷ୍ଟି କରୁଛି । ଜବାବରେ ଟ୍ରମ୍ପ୍ କହିଛନ୍ତି ଯେ ଆମେରିକା ଏବେ ସମାନ କଠୋର ପଦକ୍ଷେପ ନେବ । ନଭେମ୍ବରରେ ଚୀନ୍ ଉପରେ ୧୦୦% ଅତିରିକ୍ତ ଶୁଳ୍କ ଲାଗୁ କରାଯିବା ନେଇ ଟ୍ରମ୍ପ୍ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର