ଶ୍ରୀମନ୍ଦିରକୁ RED ZONE ଘୋଷଣା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ବିଜେପି ସରକାରଙ୍କ ଐତିହାସିକ ପଦକ୍ଷେପ। ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ। ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି। ଯେଉଁଥିରେ ସଫାସଫା ଲେଖାହେଇଛି ଗତମାସ ସେପ୍ଟେମ୍ବର 26 ତାରିଖରେ ଶ୍ରୀ ଜଗନ୍ନାଥ ମନ୍ଦିରକୁ  RED ZONE ଭାବେ ଘୋଷଣା କରାଯିବା କଥା । ଏହାର ଅବଧି ତିନିବର୍ଷ ମଧ୍ୟ ରହିଛି ଅର୍ଥାତ 2028 ସେପ୍ଟେମ୍ବର 25 ତାରିଖରେ ଏହାର ସମୟସୀମା ପୂରଣ ହେବ।

ପୁର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ। ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋଫ୍ଲାଇଁ ଜୋନ୍ ଭାବେ ଘୋଷଣା କରାଯାଇଥିବା ବେଳେ ଏବେ RED ZONE ଘୋଷଣା ହେବା ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି। ଗତକାଲି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ବେଳେ ପୁରୀ ଏସପିଙ୍କ ନିର୍ଦ୍ଦେଶକ୍ରମେ ଅପରେଟ୍ କରୁଥିବା ଅପରେଟରକୁ ଧରିବାରେ ପୁରୀ ପୋଲିସ ସଫଳ ହୋଇଥିଲା। ତେଣୁ   ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଭାବେ ଘୋଷଣା ହେବାପରେ କେବଳ ଆଣ୍ଟି ଡ୍ରୋନ୍ ଡିଭାଇସ୍ ଲାଗିଲେ ଉଡୁଥିବା ଡ୍ରୋନ୍ କାବୁ ହୋଇପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ