Masthead

ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପଦ୍ମ ଧରିଲେ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ନାମାଙ୍କନ ଆରମ୍ଭର ଗୋଟିଏ ଦିନ ପୂର୍ବରୁ ଜୟ ଢୋଲକିଆ ଶନିବାର ସମର୍ଥକଙ୍କ ସହ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଜୟ ବିଜେପିରେ ମିଶିଛନ୍ତି।  ​​​​​​​ଏହି ମିଶ୍ରଣ ପର୍ବ ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ , ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ପ୍ରମୁଖ ଉପସ୍ଥିତ ଥିଲେ। 

ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା  । ଗୋଟିଏ ପଟେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି । ଅନ୍ୟପଟେ ବିଜେପି କି ବିଜେଡି ବର୍ତ୍ତମାନ ସୁଦ୍ଧା ପ୍ରାର୍ଥୀଙ୍କ ନାଁ ଘୋଷଣା କରି ନାହାଁନ୍ତି । ବିଳମ୍ବ ହେଉଥିବାରୁ ବିଜେପି, ବିଜେଡି ପ୍ରାର୍ଥୀ କିଏ ହେବ, ସେନେଇ ଅନେକ କଳ୍ପନାଜଳ୍ପନା କରାଯାଉଛି। ସେଥିପାଇଁ ଜୟ ଢୋଲକିଆ ଏବେ ଫୋକସ୍‌ରେ ରହିଛନ୍ତି ।  ବିଜେପିରେ ମିଶି  ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି  ଜୟ ଢୋଲକିଆ ।

ଜୟ ଢୋଲକିଆଙ୍କ ମିଶ୍ରଣ ପର୍ବ ପୂର୍ବରୁ ରାଜ୍ୟ ଅତିଥି ଭବନରେ ବିଜେପିର ବଡ଼ ବୈଠକ ହୋଇଥିଲା। ୩ ଘଣ୍ଟା ଧରି ବୈଠକ ବସିଥିଲା। ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ମାନସ ମହାନ୍ତି ବସନ୍ତ ପଣ୍ଡାଙ୍କ ମାନଭଞ୍ଜନ କରିବାରେ ସଫଳ ହୋଇଥିଲେ। ପରେ ଜୟ ଢୋଲକିଆଙ୍କ ମିଶ୍ରଣ ପର୍ବରେ ବସନ୍ତ ପଣ୍ଡା ଯୋଗ ଦେଇଥିଲେ  । ନୂଆପଡ଼ାର ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ହେବାକୁ ଯାଉଛି । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଭୋଟ୍ ଗ୍ରହଣ ହେବ । ଘାସିରାମ ମାଝୀଙ୍କୁ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିସାରିଛି । ତେବେ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ଜୟ ହିଁ ବିଜେପି ପ୍ରାର୍ଥୀ ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ