Masthead

ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ପୀଡ଼ିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପୀଡ଼ିତା ଡାକ୍ତରୀ ଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ । ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ । ‘ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି’ । ‘ଚିନ୍ତା କରନି, ଧୈର୍ୟ୍ୟ ଧର, ଓଡ଼ିଶା ସରକାର ତୁମ ସହିତ ଅଛନ୍ତି’ । ଦୋଷୀ ନିଶ୍ଚିତ ଭାବରେ ଦଣ୍ଡ ପାଇବେ । ପାଠ ପଢ଼ିବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ ।

ପୀଡ଼ିତାଙ୍କ ମାଆ ଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ଅପରାଧୀମାନେ ଯେପରି ଶୀଘ୍ର ଏବଂ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବେ, ସେଥିପାଇଁ ଓଡ଼ିଶା ସରକାର ତାଙ୍କର ଉଦ୍ୟମ ଜାରିରଖିଛନ୍ତି ବୋଲି କହିଥିଲେ। ସେଠାରେ ଉପସ୍ଥିତ ରାଜ୍ୟ ମହିଳା କମିଶନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରିବା କରି ଝିଅକୁ ତୁରନ୍ତ  ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହିତ, ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍ ର ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସଂପୃକ୍ତ ପୀଡ଼ିତା ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ତାଙ୍କ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ