Masthead

ଜଳିଗଲା ୪ ମହଲା ଷ୍ଟେସନାରୀ ଦୋକାନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସିନେମା ଛକରେ ଥିବା କସମେଟିକ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ଭୟାଭୟ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ । ଦୋକାନରେ ପ୍ଳାଷ୍ଟିକ ସାମଗ୍ରୀ ଥିବାରୁ ଲିଭିନି ନିଆଁ । ନିଆଁ ଲିଭା କାର୍ୟ୍ୟରେ ଅଗ୍ନିଶମ ବାହିନୀ ନିୟୋଜିତ । ଏହି ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ଖବର ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ସିନେମା ଛକ ସ୍ଥିତ ବନଜା ବେଙ୍ଗଲ ଷ୍ଟୋର ସହରର ପୁରାତନ କସମେଟିକ ଷ୍ଟୋର ଭାବେ ବେଶ ଜଣାଶୁଣା । ବୁଧବାର ଏହି ଦୋକାନରେ ହଠାତ୍‌ ନିଆଁ ଲାଗି ଯାଇଥିଲା।

ଫଳରେ ୩ ମହଲା ବିଶିଷ୍ଟ ଏହି କସମେଟିକ ଷ୍ଟୋରରେ ସମସ୍ତ ସାମଗ୍ରୀ ନିଆଁରେ ପୋଡ଼ି ଯାଇଥିଲା । ଫଳରେ ଦୋକାନରେ ଥିବା କସମେଟିକ ସାମଗ୍ରୀ ସହିତ ଲକ୍ଷାଧିକ ଟଙ୍କାର ଦାମୀ ଡ୍ରେସ ମଧ୍ୟ ପୋଡ଼ି ପାଉଁଶ ହୋଇଯାଇଛି। ଏସମ୍ପର୍କରେ ଖବର ପାଇ ବାଲେଶ୍ୱର ଅଗ୍ନିଶମ ବାହିନୀର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିବା ବେଳେ ଏହି କାର୍ୟ୍ୟରେ ୨୫ରୁ ଅଧିକ କର୍ମଚାରୀ ନିୟୋଜିତ ହୋଇଥିଲେ । କେଉଁ କାରଣକୁ ନେଇ ନିଆଁ ଲାଗିଲା ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା