Masthead

୧୮ହଜାର ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୧୮ ହଜାର ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା। ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା । କେନ୍ଦ୍ର ଓ ରାଜ୍ୟଠାରୁ ୧୮ ହଜାରରୁ ଉଦ୍ଧ୍ୱର୍ ଆର୍ଥିକ ସହାୟତା ପାଉଥିଲେ ଅଯୋଗ୍ୟ ହେବେ। ଏନେଇ ଉଚ୍ଚ ଶିକ୍ଷା ଓ ଏସସିଏସଟି ବିଭାଗକୁ ମହିଳା ଓ ଶିଶୁ ବିକାଶ ବିଭାଗର ଚିଠି। ଏଭଳି ସହାୟତା ପାଉଥିବା ୨୧ ବର୍ଷରୁ ଉଦ୍ଧ୍ୱର୍ ମହିଳାଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ। ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ ।

ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ ତେବେ ସେ କ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ । ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି । ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ ଦିଆଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି । ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆ ଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼