Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ୩୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା। ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି ।

ଯାହାଫଳରେ ରାଜ୍ୟରେ ଆଗାମୀ ୫-୭ ଦିନ ରହିବ ବର୍ଷା ।ବିଜୁଳି, ଘଡଘଡି ଓ ଝଟକା ପବନ ପାଇଁ ଚାଷୀଙ୍କୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଳାରେ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ