୨୫ ଓ ୨୬ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ବଢିଲା ବାତ୍ୟା ଆଶଙ୍କା, ବଙ୍ଗୋପାସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଦାନାବାନ୍ଧିଲାଣି ଆଉ ଏକ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଯାହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ଓଡ଼ିଶାରେ ବଡ଼ ବର୍ଷା ହେବାର ଆଶଙ୍କା କରାଯାଉଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ଅବପାତରେ ପରିଣତ ହେବ । ଏହା ଉତ୍ତର ତାମିଲନାଡ଼ୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବ ।  ୨୨ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି କୁହାଯାଇଛି । ୨୩ ଓ ୨୪ ତାରିଖରେ ବି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୫ ଓ ୨୬ ତାରିଖରେ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଭାରି ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ