Masthead

୨୫ ଓ ୨୬ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ବଢିଲା ବାତ୍ୟା ଆଶଙ୍କା, ବଙ୍ଗୋପାସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଦାନାବାନ୍ଧିଲାଣି ଆଉ ଏକ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ।

ଯାହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ଓଡ଼ିଶାରେ ବଡ଼ ବର୍ଷା ହେବାର ଆଶଙ୍କା କରାଯାଉଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ଅବପାତରେ ପରିଣତ ହେବ । ଏହା ଉତ୍ତର ତାମିଲନାଡ଼ୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବ ।  ୨୨ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି କୁହାଯାଇଛି । ୨୩ ଓ ୨୪ ତାରିଖରେ ବି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୫ ଓ ୨୬ ତାରିଖରେ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଭାରି ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ