Masthead

ଏସଆଇ କେଳେଙ୍କାରୀ, ସିବିଆଇ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): CBI ତଦନ୍ତ ପାଇଁ ସୁପାରିସ ହୋଇଛି ଏସ୍‌ଆଇ ନିଯୁକ୍ତି ସ୍କାମ୍‌। ତଦନ୍ତ ପାଇଁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ କରାଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ବ୍ୟାପି ଥାଇପାରେ ବୋଲି ସନ୍ଦେହ କରାଯାଉଛି। ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସମ୍ପୂର୍ଣ୍ଣ ପର୍ଦ୍ଦାଫାଶ ପାଇଁ ଶେଷରେ CBI ତଦନ୍ତ ସୁପାରିସ ହୋଇଛି।

ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏପରି ବଡ଼ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ଏହି ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏହାକୁ ସିବିଆଇକୁ ହସ୍ତାନ୍ତର କରାଯାଇଛି । ଏହି ମହାଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗକୁ ଲମ୍ବିଛି । ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପିଥାଇପାରେ ବୋଲି ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତରୁ ଜଣାପଡିଛି । ଦୁର୍ନୀତିରେ ଆନ୍ତଃ ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ସନ୍ଦେହ କରାଯାଉଛି । ଏସ.ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆଜି ସୁଦ୍ଧା ୧୨୬ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ମଧ୍ୟରେ ୧୨ ଜଣ ଦଲାଲଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର