Masthead

୧୨ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ବର୍ଷା ନେଇ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ଏବଂ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୁଣି ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ  ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି ।

ଶୁକ୍ରବାରକୁ ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ପୂର୍ବ  କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା  ଲଘୁଚାପ ରୂପ ନେବା ସମ୍ଭାବନା ଅଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ସମ୍ଭାବ୍ୟ ଲଘୁଚାପ  ୨୬ ତାରିଖବେଳକୁ ଅବପାତ ରୂପ  ନେଇପାରେ । ବର୍ତ୍ତମାନ ରାଜ୍ୟରେ ପ୍ରତିଦିନ  କିଛି କିଛି ଜାଗାରେ ଘଡ଼ଘଡ଼ି ସହ  ବର୍ଷା ହୋଇପାରେ । ଆସନ୍ତା ୨୭  ଓ ୨୮ରେ ରାଜ୍ୟରେ ବର୍ଷା ବଢ଼ିବା  ସମ୍ଭାବନା ଅଛି । ଭୁବନେଶ୍ୱର  ପାଣିପାଗ କେନ୍ଦ୍ର ଅନୁସାରେ  ଶୁକ୍ରବାର ଦକ୍ଷିଣ ଓଡ଼ିଶାର କିଛି  ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ । ବାକି ଅଞ୍ଚଳରେ  ପାଗ ଶୁଖିଲା ରହିବ । ୨୫ରେ  ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି  ଜାଗାରେ ଘଡ଼ଘଡ଼ି ସହ ବର୍ଷା  ସମ୍ଭାବନା ଅଛି । ୨୭ ଓ ୨୮ରେ  ବର୍ଷା ପରିମାଣ ବଢ଼ିପାରେ ।

ଏହି  ସମୟରେ ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା ଅଛି । ୨୯ରୁ ବର୍ଷା  କମିପାରେ । ତା’ପରେ ପାଗରେ  ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ଦିନ ଧରି ବର୍ଷା ହେବା ନେଇ ଆକଳନ କରାଯାଇଛି। ଶୁକ୍ରବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ