ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୪ ଓକିଲ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା । ଗିରଫ BJD ନେତା ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ଲଘିବେ ୪୪ ଓକିଲ । ଏନେଇ କୋର୍ଟରେ ୱକାଲାତନାମା ଦାଖଲ କଲେ ୪୪ ଓକିଲ । ବିକ୍ରମଙ୍କ ସହ ମଳୟ ବିଷୋୟୀ ଓ ମଦନ ଦଳେଇଙ୍କ ପାଇଁ ବି ଲଢ଼ିବେ । ଆଜି କୋର୍ଟରେ ଜାମିନ ପାଇଁ କରାଯିବ ଆବେଦନ ।  ବ୍ରହ୍ମପୁରର ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣାର ଉନ୍ମୋଚନ ପରେ ଓଡ଼ିଶା ରାଜନୀତିରେ ବଢ଼ୁଥିବା କଳୁଷିତ ଏ ଅଧ୍ୟାୟ ରାଜନେତାଙ୍କ ନିଦ ହଜାଇଦେଇଛି । ରାଜନୈତିକ ପ୍ରତିଦ୍ବନ୍ଦୀଙ୍କୁ ହଟାଇବାକୁ ବିହାର, ୟୁପି ଭଳି ଓଡ଼ିଶା ନେତା ମଧ୍ୟ ସୁପାରିକିଲରଙ୍କ ସହାୟତା ନେଲେଣି ଏକଥା  ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଗିରଫଦାରି ପରେ ସ୍ପଷ୍ଟ ।

ଫିଲ୍ମର କାହାଣୀ ଭଳି ଲାଗୁଥିଲେ  ହେଁ ଲକ୍ଷଲକ୍ଷ ଟଙ୍କାର ସୁପାରି ଦେଇ ବାଟରୁ ହଟାଇବାକୁ ବିକ୍ରମ ଯେଭଳି ଷଡ୍‌ଯନ୍ତ୍ର କଲେ, ତାହା ଅନ୍ୟ ନେତାଙ୍କ ମୁଣ୍ଡକୁ ଗୋଳମାଳ କରିଦେଲାଣି । ଓଡ଼ିଶା ରାଜନୀତିର ଏହି ଅଲୋଡା ଟ୍ରେଣ୍ଡକୁ ନେଇ ରାଜନୈତିକ ପର୍ଯ୍ୟବେକ୍ଷକ ମହଲ ବି ହତବାକ୍ । ଅନ୍ୟପଟେ ଆତ୍ମସମର୍ପଣ କରିଥିବା ସୁଦର୍ଶନ ଜେନାଙ୍କୁ ଛାଡ଼ିଲା ପୋଲିସ । ଗତକାଲି ରାତିରେ ସୁଦର୍ଶନଙ୍କୁ ଛାଡିଛି ପୋଲିସ । ଏସ୍‌ପି, ଅତିରିକ୍ତ ଏସ୍‌ପିଙ୍କ ପଚରାଉଚରା ପରେ ଛଡାଯାଇଛି ।  ସମସ୍ତଙ୍କ ପ୍ରଶ୍ନର ସଠିକ ଉତ୍ତର ଦେଇଥିଲା ସୁଦର୍ଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!