Masthead

ଆସୁଛି ବାତ୍ୟା ‘ମୋନ୍ଥା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ବାତ୍ୟା ‘ମୋନ୍ଥା’। ୨୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା ‘ମୋନ୍ଥା’। ବାତ୍ୟା ସୃଷ୍ଟି ହେଲେ ଏହାର ନାଁ ରଖାଯିବ ‘ମୋନ୍ଥା’। ଥାଇଲାଣ୍ଡର ସୁପାରିସରେ ବାତ୍ୟା ନାଁ ରଖାଯାଇଛି ‘ମୋନ୍ଥା’।  ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ କଲା ପାଣିପାଗ କେନ୍ଦ୍ର। ୨୬ ତାରିଖରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ। ସମୁଦ୍ର ଅଶାନ୍ତ ରହିବାର ୨୯ ଯାଏଁ ଭିତରକୁ ନ ଯିବାକୁ ପରାମର୍ଶ।

୨୭ ତାରିଖ ସକାଳେ ସୃଷ୍ଟି ହୋଇପାରେ ବାତ୍ୟା। ସୃଷ୍ଟ ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବା ସମ୍ଭାବନା। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ଘନୀଭୂତ ହୋଇ କାଲି ସୁଦ୍ଧା ଅବପାତର ରୂପ ନେବ। ୨୬ ସୁଦ୍ଧା ଗଭୀର ଅବପାତର ରୂପ ନେବା ସମ୍ଭାବନା। ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବା ସମ୍ଭାବନା। ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା। ଆନ୍ଧ୍ର ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବ। ବାତ୍ୟା ଆନ୍ଧ୍ରରେ ହେଲେ ବି ଓଡ଼ିଶାରେ ବର୍ଷା ହେବ। ୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ।  ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା।

୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀରେ ବର୍ଷା। ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି,  ୨୮ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ପ୍ରବଳ ବର୍ଷା। ୨୯ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ ପ୍ରବଳ ବର୍ଷା। ୩୦ ତାରିଖରୁ ପାଗରେ ପରିବର୍ତ୍ତନ ହେବ। ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ। ତେବି ଏନେଇ ତଳି ଅଞ୍ଚଳ ଲୋକଙ୍କ ଚିନ୍ତା ବଢ଼ିଯାଇଛି । ତଳି ଅଞ୍ଚଳରେ ପାଣି ପଶିବା ଭୟରେ ଏବେଠୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି ।

  ସେପଟେ, ସମ୍ଭାବ୍ୟ ବାତ୍ୟାକୁ ନେଇ ଜଳସଂପଦ ବିଭାଗର ପ୍ରସ୍ତୁତି ବୈଠକ ବସିସାରିଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଆଖିରେ ରଖି ରାଜ୍ୟ ଜଳ ସଂପଦ ବିଭାଗ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିସନର ତଥା ମୁଖ୍ୟ ଶାସନ ସଚିବ ସ୍ଥିତି ସମୀକ୍ଷା କରିଛନ୍ତି । ରାଜ୍ୟର ବିଭିନ୍ନ ଅବବାହିକାରେ ଥିବା ଜଳଭଣ୍ଡାରର ସ୍ଥିତି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ସ୍ଥିତିକୁ ଦେଖି ବିଭାଗ ତଥା କ୍ଷେତ୍ରସ୍ତରରେ ଥିବା ସମସ୍ତ ଅଧିକାରୀ ଓ ଯନ୍ତ୍ରିମାନଙ୍କ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରସ୍ତୁତି ବୈଠକରେ ଜଳ ସଂପଦ ବିଭାଗର ବରିଷ୍ଠ ଯନ୍ତ୍ରୀଙ୍କ ସମେତ ବିଭାଗର ଉଚ୍ଚଅଧିକାରୀ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି