Masthead

ବିଧାୟକଙ୍କ ବିରୋଧରେ ମେଳି

ମାଥିଲି (ବଡ଼ ଖବର ବ୍ୟୁରୋ): ବିଧାୟକଙ୍କ ବିରୁଦ୍ଧରେ ମେଳି ବାନ୍ଧିଲେ ଖଇରପୁଟର ସମସ୍ତ ଜନ ପ୍ରତିନିଧି। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ସମସ୍ତ ୧୧ ଗୋଟି ପଞ୍ଚାୟତର ସରପଞ୍ଚ ଏବଂ ସମିତିସଭ୍ୟ ମିଳିତ ହୋଇ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲଙ୍କ ମନମୁଖୀ କାର୍ଯ୍ୟ ବିରୁଦ୍ଧରେ ଏକ ଦାବିପତ୍ର ଖଇରପୁଟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ବିକଶିତ ଗ୍ରାମ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟମରେ ଗ୍ରାମର ବିକାଶ ଦିଗରେ ବିଭିନ୍ନ ଉନ୍ନୟନ ମୂଳକ କାମ ହେଉଛି ଏବଂ ଗ୍ରାମର କେଉଁ କେଉଁ କାମ ହେବ ଗ୍ରାମ ସଭା, ପଲ୍ଲିସଭାରେ ସ୍ୱୀକୃତି ପାଇ ସରକାରଙ୍କ ଅନୁମୋଦନ ପାଇଁ ଯାଉଛି ।

ସେଥିରୁ ୪୦ ପ୍ରତିଶତ ଉନ୍ନୟନ ମୂଳକ କାର୍ୟ୍ୟର ତାଲିକା ବିଧାୟକ ନିଜ ଇଚ୍ଛା ମୁତାବକ ଦେବାର ପ୍ରାବଧାନ ଅଛି । କିନ୍ତୁ କାମ ଗୁଡିକ ଅନୁମୋଦନ ହୋଇ ଆସିଲାପରେ ବିଧାୟକ ସମସ୍ତ କାମର ଠିକାଦାରୀ କଂଗେସ କର୍ମୀ କରିବେ ବୋଲି ବ୍ଲକ ପ୍ରଶାସନକୁ ଚାପ ପକାଉଛନ୍ତି । ଫଳରେ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ଉନ୍ନୟନ କାମରେ କୌଣସି ଭୂମିକା ରହୁନାହିଁ। ତେଣୁ ଖଇରପୁଟ ବ୍ଲକ ଅଧ୍ୟକ୍ଷ ବିଘ୍ନ କିର୍ଷାନୀଙ୍କ ନେତୃତ୍ୱରେ ବ୍ଲକର ସମସ୍ତ ସରପଞ୍ଚ ଏବଂ ସମିତିସଭ୍ୟ ଏକଜୁଟ ହୋଇ ବିଧାୟକ କେଉଁ ଅଧିକାରରେ ସମସ୍ତ କାମକୁ କଂଗ୍ରେସ କର୍ମୀଙ୍କ ଭିତରେ ବାଣ୍ଟିବାକୁ ଦାବି କରୁଛନ୍ତି ବୋଲି ବିଡିଓ ଙ୍କୁ ପ୍ରଶ୍ନ କରିଛନ୍ତି । ଆସିଥିବା ସମସ୍ତ କାମରେ ପଞ୍ଚାୟତ ପ୍ରତିନିଧିଙ୍କ ଅଗ୍ରାଧିକାର ରହୁ ବୋଲି ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର