Masthead

ଏଇଠି କରିବ ଲ୍ୟାଣ୍ଡ ଫଲ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ନେଲା ଅବପାତର ରୂପ । ଆସନ୍ତାକାଲି ହୋଇପାରେ ଗଭୀର ଅବପାତ । ଆହୁରି ଘନୀଭୁତ ହୋଇ ୨୭ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଭୀଷଣ ବାତ୍ୟା ପର୍ଯ୍ୟନ୍ତ ଯିବ ବାତ୍ୟା । ୨୮ ତାରିଖରେ ହୋଇପାରେ ଭୀଷଣ ବାତ୍ୟା । ଏହାସହ ପବନର ବେଗ ମଧ୍ୟ ବଢ଼ିବା ନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ । ୧୦୦ କିଲୋମିଟର ବେଗରେ ବହିପାରେ ପବନ ।ତେବେ କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ଼ ହେବ, ସ୍ପଷ୍ଟ କରିଛି  ଆଇଏମଡି । ଆନ୍ଧ୍ର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ ଛୁଇଁବ ସ୍ଥଳ ଭାଗ! ୨୮ ତାରିଖ ସଂଧ୍ୟାରୁ ରାତି ଭିତରେ କରିପାରେ ଲ୍ୟାଣ୍ଡଫଲ୍ । କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁପାରେ । ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ବହିବ ପବନ।

ସେପଟେ ବାତ୍ୟା ପ୍ରଭାବରେ ଓଡ଼ିଶାରେ ହେବ ଅତିପ୍ରବଳ ବର୍ଷା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆନ୍ଧ୍ର ଉପରେ ବାତ୍ୟାର ପ୍ରଭାବ ଅଧିକ ରହିବ। କିନ୍ତୁ ଓଡ଼ିଶାରେ ପ୍ରଭାବରେ ପ୍ରବଳ ବର୍ଷା ହେବ। ଆଜିଠୁ ପାଗ ବଦଳୁଥିବାବେଳେ ୨୭ରୁ ୨୯ ତାରିଖ, ତିନି ଦିନ ଯାଏଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ କାଚିବ।  ୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିକୁ ବି ଦିଆଯାଇଛି ସମାନ ଚେତାବନୀ। ସେହିପରି ୨୮ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୯ରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ବି ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର । ମୁକାବିଲା ପାଇଁ ପୂରା ପ୍ରସ୍ତୁତ ସରକାର । ରାଜୀବ ଭବନରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଲିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । କେମିତି ବାତ୍ୟା ମୋନ୍ଥାକୁ ମୁକାବିଲା କରାଯିବ ସେନେଇ ଚାଲିଛି ମାନସମନ୍ଥନ । ଜରୁରୀକାଳୀନ ସାମଗ୍ରୀ ମହଜୁଦ ରଖାଯାଇଥିବା ବେଳେ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ କରାଯାଇଛି । ବିଭାଗୀୟ ଅଧିକାରୀଙ୍କ ସହ ଜିଲ୍ଲାପାଳ ମାନେ ଭିସିରେ ଉପସ୍ଥିତ ରହିଛନ୍ତି । ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଅଞ୍ଚଳ ପାଇଁ ସ୍ବତନ୍ତ୍ର ଦୃଷ୍ଟି ରଖିଛନ୍ତି ସରକାର । ତେବେ ସମ୍ଭାବ୍ୟ ବାତ୍ୟା ପାଇଁ ପୂରା ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି ,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।

ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ୱରରେ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ଜିଲ୍ଲାପାଳ। ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ। ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ହୋଇଛି ନିର୍ଦ୍ଦେଶ। ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବା ପାଇଁ ନିର୍ଦ୍ଦେଶ କରାଯାଇଛି। ୨୮ ସଂଧ୍ୟା ପରେ ଆନ୍ଧ୍ର କାକିନାଡ଼ା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ଏନେଇ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି