Masthead

ସୃଷ୍ଟି ହେଲା ବାତ୍ୟା “ମୋନ୍ଥା”

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ  ଛୁଇଁବ । ଘଣ୍ଟାପ୍ରତି ୧୩ କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡ଼ିଆସୁଛି ବାତ୍ୟା । ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରୀରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି ।

ଘଣ୍ଟାପ୍ରତି ୧୩କିମି ବେଗରେ ଏହା ଉପକୂଳ ଆଡକୁ ମାଡ଼ିଆସୁଛି । ୨୮ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ମୋନ୍ଥା । ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ । ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ ବିଭାଗର ସୂଚନା ମୁତାବକ  ସୋମବାର ସକାଳେ ବାତ୍ୟା ରୂପ ନେଲା ଗଭୀର ଅବପାତ । ଉତ୍ତର-ପଶ୍ଚିମ ଦିଗରେ ଗତି କରି  ଅଧିକ ଘନୀଭୂତ ହେବ । ଏହା ଗୋପାଳପୁର ଠାରୁ ୮୬୦ କିମି ଏବଂ କାକିନାଡ଼ା ଠାରୁ ୭୧୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ୨୮ ତାରିଖ ସକାଳେ  ଭୀଷଣ ବାତ୍ୟାରେ ରୂପାନ୍ତରିତ ହେବ । ସଂଧ୍ୟା  ୬ଟାରୁ ୯ଟା ମଧ୍ୟରେ ସ୍ଥଳଭାଗରେ ପ୍ରବେଶ  କରିବ ଆନ୍ଧ୍ର ଉପକୂଳ ଦେଇ ।

ଓଡ଼ିଶା ଉପରେ ଏହାର ବିଶେଷ  ପ୍ରଭାବ ରହିବନି । ତଥାପି ୨୯ ତାରିଖ  ଯାଏ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଉପକୂଳ  ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସୋମବାରଠାରୁ ବର୍ଷା ଆରମ୍ଭ ହୋଇଯିବ ।  ବାତ୍ୟା ମୁକାବିଲା ପାଇଁ ସରକାର  ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି ।  ୯ଟି ଜିଲ୍ଲାରେ ସରକାରୀ ଛୁଟି ବାତିଲ  ହୋଇଛି । କ୍ଷତିଗ୍ରସ୍ତ ହେବାକୁ ଥିବା ଅଞ୍ଚଳରୁ  ଲୋକଙ୍କୁ ଉଦ୍ଧାର ପାଇଁ ୧୨୮ଟି ଟିମ୍‌ ଗଢ଼ିଛି  ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ।

ସୋମବାର ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ, ନବରଙ୍ଗପୁର,  କଳାହାଣ୍ଡି, କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହୋଇପାରେ । ପୁରୀ, ଗଞ୍ଜାମ ଓ  ଗଜପତିରେ କିଛି ସ୍ଥାନରେ ୩୦ରୁ ୪୦ କିମି  ବେଗରେ ପବନ ବହିପାରେ । ୫୦ କିମି  ବେଗରେ ଝଟ୍‌କା ପବନ ମଧ୍ୟ ବହିବ ବୋଲି  ପାଣିପାଗ ବିଭାଗ କହିଛି । ବାତ୍ୟା ପାଇଁ ୯ଟି ଜିଲ୍ଲାରେ ସରକାରୀ ଛୁଟି  ବାତିଲ କରାଯାଇଛି । କୋରାପୁଟ, ମାଲକାନଗିରି,  ଗଜପତି, ଗଞ୍ଜାମ, କଳାହାଣ୍ଡି, ବାଲେଶ୍ୱର,  କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ସେଠାକାର  ଜିଲ୍ଲାପାଳ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ  କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି