Masthead

କରୋନାରେ ଟଳିପଡିଲେ ଅବକାରୀ ଅଫିସର

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣରେ ଚାଲିଗଲେ ଅବକାରୀ ବିଭାଗର ଏସ୍ଆଇ ବଳରାମ ସାହୁ । ବଲାଙ୍ଗିର ସହରର ଗାନ୍ଧୀନଗରପଡ଼ାର ବଳରାମ(୫୯)ଙ୍କର ଆଜି ଭୋର୍‌ ସାଢେ଼ ୫ଟାରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ମୃତ୍ୟୁ ହୋଇଛି । ଗତ ଅକ୍ଟୋବର ୧୪ରେ ବଳରାମ ସାହୁ କରୋନା ଆକ୍ରାନ୍ତ ହେବା ପରେ ବଲାଙ୍ଗିର କିମ୍‌ସ୍‌ କୋଭିଡ଼୍‌ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ଭୁବନେଶ୍ୱର ସମ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା।

ଆଜି ଭୋର୍‌ ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା । ସ୍ୱର୍ଗତ ସାହୁ କଳାହାଣ୍ଡି ଜିଲ୍ଲା ନର୍ଲା ରୋଡ଼ରେ ଅବକାରୀ ଏସ୍‌ଆଇ ଭାବେ କାର୍ଯ୍ୟରତ ଥିଲେ । କୋଭିଡ ଗାଇଡ଼ ଲାଇନ ଅନୁଯାୟୀ ତାଙ୍କ ଶବ ସତ୍କାର ପାଇଁ ପରିବାର ଲୋକେ ଭୁବନେଶ୍ୱର ଅଭିମୁଖେ ଯାଇଛନ୍ତି । ବଲାଙ୍ଗିର ପୋଲିସ କୋଭିଡ୍ ନିୟନ୍ତ୍ରଣ ସେଲ ଦାୟିତ୍ୱରେ ଥିବା ବିଜୟାନନ୍ଦ କର୍କରାଙ୍କ କିଛିଦିନ ତଳେ ମୃତ୍ୟୁ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ