Masthead

ଟ୍ରକକୁ ପଛପଟୁ ପିଟିଲା ବସ୍‌, ୨ ମୃତ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ରକକୁ ପିଟିଲା ବସ୍ । ୨ ମୃତ ୯ ଗୁରୁତର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଓଡ଼ିଶା – ପଶ୍ଚିମବଙ୍ଗ ସୀମା ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ । ରାସ୍ତାକଡ଼ରେ ବେଆଇନ୍ ଭାବେ ଛିଡ଼ା ହୋଇଥିବା ଟ୍ରକରେ ପିଟି ହେଲା ବସ୍ । ଡଲଫିନ୍ ନାମକ ବସ ଟି ଭୁବନେଶ୍ବରରୁ କଲିକତା ଯାଉଥିବା ବେଳେ ଲକ୍ଷ୍ମଣନାଥ ଟୋଲ ଗେଟ ନିକଟରେ ଘଟିଛି ଦୁର୍ଘଟଣା । ବସର ଡ୍ରାଇଭର ଓ ହେଲପର ମରିଥିବା ବେଳେ ଗୁରୁତର ଯାତ୍ରୀ ମାନଙ୍କୁ ଜଳେଶ୍ବର ଓ ବାଲେଶ୍ବର ମେଡ଼ିକାଲ୍ ରେ ଭର୍ତ୍ତି କରାଯାଇଛି ।ଏହି ବସ୍ ରେ ମୋଟ ୪୦ ରୁ ଊର୍ଦ୍ଧ୍ବ ଯାତ୍ରୀ ଥିଲେ ବୋଲି କୁହାଯାଇଛି  ।   ଅଗ୍ନିଶମ ବାହିନୀ ଓ ଏନଏଚ ଆମ୍ବୁଲାନ୍ସ କର୍ମଚାରୀମାନେ ଗୁରୁତରମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ଜଳେଶ୍ଵର ଜିକେ ଭଟ୍ଟର ହସ୍ପିଟାଲକୁ ଆଣିଥିବା ସୂଚନା ମିଳିଛି ।

ଗତକାଲି ସନ୍ଧ୍ୟା ୫ ଟାରେ ସମୟରେ ଡ଼ଲଫିନ ନାମକ ଏକ ବସ୍ ଢେଙ୍କାନାଳ ଜିଲ୍ଲା ନୃସିଂହପୁରରୁ କୋଲକାତା ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା ।  ରାତି ପାଖାପାଖି ୩ ଟା ସମୟରେ ବସଟି ଜାତୀୟ ରାଜପଥରର ଲକ୍ଷ୍ମଣନାଥ ରୋଡ଼ ସ୍ଥିତ ଜଳେଶ୍ଵର ନୂଆ କୋର୍ଟ ସମ୍ମୁଖରେ ଯାଉଥିବା ବେଳେ ସେହି ସମୟରେ ରାସ୍ତା ଉପରେ ଯାନ୍ତ୍ରୀକ ତ୍ରୁଟି ଯୋଗୁଁ ଛିଡ଼ା ହୋଇଥିବା ଏକ କୁଣ୍ଡା ବୋଝେଇ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା । ଫଳରେ ବସର ଚାଳକ କଟକ ଜିଲ୍ଲା ସାଲେପୁର ଅଞ୍ଚଳର ମୀର ଅବଦୁଲ ରହିମ୍  ଓ ହେଲପର ମାହାଙ୍ଗାର ନୃସିଂହ କାଠୁଆଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ବସ୍ ରେ ୪୦ ରୁ ଊର୍ଦ୍ଧ୍ବ ଯାତ୍ରୀ ଥିଲେ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ