Masthead

ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ

ଶ୍ରୀକାକୁଲମ  (ବଡ଼ ଖବର ବ୍ୟୁରୋ): ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଦଳାଚକଟା । ୯ ଜଣଙ୍କର ମୃତ୍ୟୁ ଘଟିଛି। ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ଭିତରେ ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଯୋଗୁ ଏପରି ଅଘଟଣ ଘଟିଛି। ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବାବେଳେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।  ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି।

ଏକାଦଶୀ ଉପଲକ୍ଷେ ମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଥିଲା। ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେପଟେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ। ଆହତଙ୍କୁ ତ୍ଵରିତ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି