Masthead

ପୁଣି ଖଟିଆରେ ବୁହା ଗର୍ଭବତୀ

ପାପଡାହାଣ୍ଡି (ବଡ଼ ଖବର ବ୍ୟୁରୋ): ରାସ୍ତାରେ କାଦୁଅ ଯୋଗୁଁ ଗାଁକୁ ଆସିପାରିଲା ନାହିଁ ଆମ୍ବୁଲାନ୍ସ । ଦୁଇ କିଲୋମିଟର ଖଟିଆରେ ବୁହା ହେଲେ ଗର୍ଭବତୀ । ରାସ୍ତାର କଦର୍ଯ୍ୟ ଅବସ୍ଥା ଯୋଗୁଁ ହୀନସ୍ତା ହୋଇଛନ୍ତି ରୋଗୀ ଏବଂ ସଂପର୍କୀୟ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଘାଟଗୁଡା ଗ୍ରାମପଞ୍ଚାୟତ କାଙ୍ଗମାଝୀଗୁଡା ଅନ୍ତର୍ଗତ ସିରାଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି । ଘାଟଗୁଡା ପଞ୍ଚାୟତ ଅନ୍ତର୍ଗତ କାଙ୍ଗମାଝୀଗୁଡା ସିରାଗୁଡା ଗାଁର ଶ୍ରୀଦେବୀ ଗୌଡ଼ଙ୍କ ଗର୍ଭ ଯନ୍ତ୍ରଣା ହେବାରୁ ଗ୍ରାମର ଆଶା ଦିଦିକୁ ଯୋଗଯୋଗ କରିଥିଲେ ।

ଆଶା ଦିଦି ତୁରନ୍ତ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । ଖବର ପାଇ ମେଡିକାଲରୁ ଆମ୍ବୁଲାନ୍ସ ବି ବାହାରିଥିଲା କିନ୍ତୁ କାଙ୍ଗମଝିଗୁଡା ଗାଁ ନିକଟରେ ଅଟକିବାକୁ ବାଧ୍ୟ ହୋଇଥିଲା । ଗାଁର ରାସ୍ତା ଖରାପ ଥିବାରୁ ଥିବାରୁ ଗାଡି ଯାଇପାରିଲା ନାହିଁ । ଏନେଇ ଆମ୍ବୁଲାନ୍ସ ଚାଳକ ସଂପର୍କୀୟଙ୍କୁ ଅବଗତ କରାଇଥିଲେ । ଅନ୍ୟପଟେ ଗର୍ଭବତୀ ଶ୍ରୀଦେବୀଙ୍କ ଅବସ୍ଥା ବିଗିଡ଼ିବାରେ ଲାଗିବାରୁ ପରିବାର ଲୋକେ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବାକୁ ବାଧ୍ୟ ହୋଇଥିଲେ । ପରେ ସେଠାରୁ ପୁଣି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା