Masthead

ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର । ଆଜି ମୋହନଙ୍କ ରୋଡ୍‌ ସୋ ଓ ଜନସଭା । ଆସୁଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ । ଜମୁଛି ନୂଆପଡ଼ା ପ୍ରଚାର ।  ମଇଦାନକୁ ଓହ୍ଲାଉଛନ୍ତି ଓଜନଦାର ନେତା ଓ ତାରକା ପ୍ରଚାରକ । ଆଜି ପ୍ରଚାର ମଇଦାନରେ  ଦେଖିବାକୁ ମିଳିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ । ଛତିଶଗଡ଼ ମୁଖ୍ୟମନ୍ତ୍ରୀ  ବିଷ୍ପୁଦେବ ସାଏ ମଧ୍ୟ ବିଜେପି ପାଇଁ  ପ୍ରଚାର କରିବାକୁ ଆସିବେ ।

ଶୁକ୍ରବାର ବିଜେଡି ସୁପ୍ରିମୋ ତଥା ପୂର୍ବତନ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ  ଦଫା ପ୍ରଚାରରେ ଆସୁଛନ୍ତି । ଶୁକ୍ରବାର କଂଗ୍ରେସ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ  ରେଡ୍ଡି ମଧ୍ୟ ପ୍ରଚାର ମଇଦାନକୁ  ଓହ୍ଲାଇବେ  । ମୋହନ ମାଝୀଙ୍କ କାର୍ଯ୍ୟକ୍ରମ କୋମନା ବ୍ଲକରେ ଥିବାବେଳେ ବିଷ୍ଣୁଦେବ ନୂଆପଡା ବ୍ଲକରେ ପ୍ରଚାର କରିବେ। ମୁଖ୍ୟମନ୍ତ୍ରୀ କୋମନା ସ୍ଥିତ ଉଦ୍ୟାନବନ୍ଧ ଠାରେ ପହଞ୍ଚି ସେଠାରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ସେହି ବ୍ଲକରେ ସେ ରୋଡ୍‌ ଶୋ କରି ଗୋଟିଏ ସ୍ଥାନରେ ଜନସାଧାରଣଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ଛତିଶଗଡ ମୁଖ୍ୟମନ୍ତ୍ରୀ ନୂଆପଡା ବ୍ଲକର ପଞ୍ଚମପୁର ଠାରେ ଆୟୋଜିତ ସାଧାରଣ ସଭାରେ ପ୍ରଚାର କରିବେ ବୋଲି ଜଣାପଡିଛି। ନୂଆପଡା ନିର୍ବାଚନମଣ୍ଡଳୀ ଛତିଶଗଡ଼ ରାଜ୍ୟର ସୀମାନ୍ତବର୍ତ୍ତୀ ଅଞ୍ଚଳ ଅଟେ। ଏହି ଅଞ୍ଚଳର ଅଧିକାଂଶ ଲୋକ ଛତିଶଗଡ ଉପରେ ନିର୍ଭରଶୀଳ ଅଟନ୍ତି। ତେଣୁ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଦ୍ୱାରା ନୂଆପଡା ଭୋଟରଙ୍କ ଉପରେ ପ୍ରଭାବ ପଡିବ ବୋଲି କୁହାଯାଉଛି। ମୁଖ୍ୟମନ୍ତ୍ରୀ ଅପରାହ୍ନ  ୨.୩୦ରେ ଉଦ୍ୟାନବନ୍ଧରେ ପହଞ୍ଚି  କୋମନା ଯିବେ । ଅଢ଼େଇ କିମି ରୋଡ୍‌ ସୋ ପରେ ଜନସଭା କରି ବିଜେପି  ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଭୋଟ ମାଗିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି