Masthead

ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩

ଖୋର୍ଦ୍ଧା  (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ଲାଗିଲା ୧୬୩ ଧାରା । ଭାରତୀୟ ନାଗରିକ ସଂହିତା BNS ଧାରା ୧୬୩ ପୁଣି ବଳବତ୍ତର କଲେ ଜିଲ୍ଲା ପ୍ରସାଶନ। ବୁଧବାର ଦୁଇ ଗାଁ ମଧ୍ୟରେ ସୀମା ବିବାଦକୁ ନେଇ ଖଣ୍ଡଯୁଦ୍ଧ ପରେ ପୁଣି ୧୬୩ ଧାରା ବଳବତ୍ତର କରାଯାଇଛି । ଦୋକାନ ଭଙ୍ଗାରୁଜା, ପୋଡ଼ାଜଳା ସହ ଟେକାପଥର କାଚ ବୋତଲ ମାଡ଼ ହୋଇଥିଲା । ଖୋର୍ଦ୍ଧା ବେଗୁନିଆରେ ନାଁକୁ ନେଇ ବିବାଦରେ ମାସେ ହେଲାଣି ଗାଁରେ ବଳବତ୍ତର ୧୬୩ ଧାରା । ବନ୍ଦ ରହିଛି ଦୋକାନ ବଜାର, ପାଠପଢ଼ାରେ ବାଧା ।

ଉଭୟ ଗାଁରେ ଉପୁଜିଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ବାଘମାରୀ ଥାନା ଅଧିକାରୀଙ୍କ ରିପୋର୍ଟକୁ ଆଧାର କରି ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ହନୁମାନ ବଟିକା ଠାରୁ ବାରିକ ପୋଖରୀ ପର୍ଯ୍ୟନ୍ତ ବିଏନ୍‌ଏସ୍‌ ୧୬୩ ଧାରା ଲାଗୁ କରିଛନ୍ତି । ସେହିପରି ପରିସ୍ଥିତି ଶାନ୍ତ ପଡିଥିଲେ ମଧ୍ୟ ଏକ ପ୍ଲାଟୁନ ଫୋର୍ସ ବଜାର ସହ ଉଭୟ ଗାଁରେ ମୁତୟନ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ