ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ

ଗୁଣୁପୁର (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ଓଡ଼ିଆ ଝିଅକୁ ବୀଭତ୍ସ ହତ୍ୟା। ହତ୍ୟା ପରେ ଦେହରେ ପଥର ବାନ୍ଧି ନଦୀରେ ଫିଙ୍ଗିଦେଲା ଦୁର୍ବୃତ୍ତ । ମୃତକ ହେଲେ ରାୟଗଡ଼ା ଜିଲ୍ଲା ଜେକେପୁର ଅଞ୍ଚଳର ସୃଷ୍ଟି ଶର୍ମା। ସେ ଉତ୍ତାରଖଣ୍ଡ ଲାଲପୁରରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ । ସେଠାରେ ରହୁଥିବା ଭଡ଼ା ଘର ମାଲିକର ପୁଅ ଅମିତ କୁମାର ହିଁ ସୃଷ୍ଟିଙ୍କୁ ହତ୍ୟା କରିଥିବା ପୋଲିସ ସ୍ପଷ୍ଟ କରିଛି।  ସୃଷ୍ଟି ଗତ ୬ ମାସ ହେବ ଉତ୍ତରାଖଣ୍ଡର ଲାଲପୁରରେ ଥିବା ମହିନ୍ଦ୍ରା ଏଣ୍ଡ ମହିନ୍ଦ୍ରା କମ୍ପାନୀରେ ଇଣ୍ଟର୍ନସିପ୍ କରୁଥିଲେ ।

ସେ ସେଠାରେ କାମେଶ୍ବର ସିଂଙ୍କ ଘରେ ଭଡ଼ାରେ ରହୁଥିଲେ। ଗତ ମଙ୍ଗଳବାର ଦିନ ପରିବାର ଲୋକେ ସୃଷ୍ଟିକୁ ଫୋନରେ ଯୋଗାଯୋଗ କରିବାରୁ କୌଣସି ଉତ୍ତର ନମିଳିବାରୁ ସୃଷ୍ଟିଙ୍କ ସମ୍ପର୍କୀୟ ବୁଧବାର ଦିନ ଲାଲାପୁରରେ ପହଞ୍ଚିଥିଲେ ।  ସେଠାରେ ଖୋଜାଖୋଜି ପରେ କୌଣସି ପତା ନମିଳିବାରୁ ସେମାନେ ସ୍ଥାନୀୟ ପୁଲିସରେ ଏକ ନିଖୋଜ ଅଭିଯୋଗ ଦାଖଲ କରିଥିଲେ । ପରେ ପୁଲିସ ସିସିଟିଭି ଫୁଟେଜ୍ ଆଧାରରେ ଘର ମାଲିକଙ୍କ ପୁଅ ଅମିତ କୁମାରଙ୍କୁ ଗିରଫ କରିଛି।

ସୃଷ୍ଟି ଭଡା ଘରେ ରହୁଥିବା ଘର ମାଲିକଙ୍କ ପୁଅ ଅମିତ କୁମାର ହିଁ ତାଙ୍କୁ ହତ୍ୟା କରିଛି ବୋଲି ଲାଲପୁର ପୁଲିସ ସ୍ପଷ୍ଟ କରିଛି ।  ଅମିତ ହତ୍ୟା କରିବା ପରେ ମୃତଦେହରେ ଇଟା ଓ ପଥର ବାନ୍ଧି ବାଡୋର ନଦୀରେ ଫିଙ୍ଗି ଦେଇଥିବା ସ୍ୱୀକାର କରିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ଅଭିଯୁକ୍ତକୁ ପଚରାଉଚରା ଜାରି ରଖିଛି। ସୃଷ୍ଟିଙ୍କ ପରିବାର ଲୋକେ ଆଜି ଉତ୍ତରାଖଣ୍ଡ ଯାତ୍ରା କରିଛନ୍ତି। ଏନେଇ ସୃଷ୍ଟିଙ୍କ ପରିବାର ଲୋକେ ଗଣମାଧ୍ୟମ ଆଗରେ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି ।.

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ