Masthead

କାହା ମୁଣ୍ଡରେ ହାତୀ ଢାଳିବ ସୁନା କଳସ

ଭୁବନେଶ୍ୱର(ବଡ଼ ଖବ ବ୍ୟୁରୋ): ସଦ୍ୟ ସମାପ୍ତ ହୋଇଥିବା ଦୁଇଟି ବିଧାନସଭା ଆସନର ଉପନିର୍ବାଚନ ଭୋଟ ଗଣତି ଆଜି ସକାଳୁ ଆରମ୍ଭ ହୋଇଛି । ଇଭିଏମରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଥିଲା । ସକାଳୁ ଉଭିଏମ୍ ଖୋଲାଯାଇ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । କାହା ମୁଣ୍ଡରେ ହାତୀ ସୁନା କଳସି ଢାଳୁଛି ଆଉ ଅଳ୍ପ ସମୟ ମଧ୍ୟରେ ଜଣାପଡିବ । ଓଡ଼ିଶାର ଦୁଇ ବିଧାନସଭା ଉପ ନିର୍ବାଚନ ପାଇଁ ବାଲେଶ୍ୱର ଓ ତର୍ତ୍ତୋଲ ଆସନରେ ନଭେମ୍ବର ୩ରେ ହୋଇଥିଲା ଭୋଟ ଗ୍ରହଣ । ଆଜି ସକାଳ ୮ଟାରୁ ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବ୍ୟାଲେଟ ଗଣତି ହୋଇଥିଲା । ଭୋଟ ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । କୋଭିଡ ନିୟମ ଅନୁସାରେ ଚାଲିଛି ଭୋଟ ଗଣତି । ପ୍ରତି ରାଉଣ୍ଡ ଗଣତି ଶେଷ ହେବା ପରେ ଭୋଟ ଫଳାଫଳ ଘୋଷଣା କରାଯିବ । ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଜଗତସିଂହପୁର ଏସଭିଏମ କଲେଜରେ ଭୋଟ ଗଣତି ଚାଲିଛି ।

ପରିଚୟପତ୍ର ବିନା ଗଣତି କେନ୍ଦ୍ରକୁ କାହାରିକୁ ଚଢାଯାଇ ନାହିଁ । ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେବାପାଇଁ ସୂଚନା କେନ୍ଦ୍ର ରହିଛି । ଫଳାଫଳ ଜଣିବା ପାଇଁ କ୍ୟାମେରା ଓ ଟିଭିର ବ୍ୟବସ୍ଥା ମଧ୍ୟ କରାଯାଇଛି । ଆଉ କିଛି ଘଣ୍ଟାର ଅପେକ୍ଷା ପରେ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ