Masthead

ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମାର୍ଗଶୀର କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହାକୁ ପ୍ରଥମାଷ୍ଟମୀ ତଥା ପୋଢ଼ୁଆଁ ଅଷ୍ଟମୀ ବୋଲି କୁହାଯାଏ। ଉତ୍କଳର ପ୍ରତି ଓଡ଼ିଆ ଘରେ ଜ୍ୟେଷ୍ଠ ମାନଙ୍କୁ ପଢ଼ୁଆଁ କରାଯାଇଥାଏ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ନୀତିକାନ୍ତି ବଢ଼ି ସକାଳ ଧୂପ ଓ ପ୍ରଥମ ଭୋଗ ମଣ୍ଡପ ବଢିବା ପରେ ମହାପ୍ରଭୁଙ୍କ ବେଶ ଅନୁଷ୍ଠିତ ହେବ। ଏହି ବେଶରେ ମହାପ୍ରଭୁଙ୍କୁ ନୂଆ ଲୁଗା ଲାଗି ସହ ବିଭିନ୍ନ ଅଳଙ୍କାର ଲାଗି ହେବେ। ଏହାପରେ ସ୍ୱତନ୍ତ୍ର ବନ୍ଦାପନା ପରେ ମଧ୍ୟାହ୍ନ ଧୂପ ବଢ଼ି ମହାପ୍ରଭୁଙ୍କୁ ପୋଢ଼ୁଆଁ କରାଯିବ। ଏଥିପାଇଁ ନିଆଳି ମାଧବାନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁ ଭାର । ପୁଣ୍ୟତୋୟା ପ୍ରାଚୀ ତଟରୁ ଶ୍ରୀକ୍ଷେତ୍ର ଆସିଛି ପୋଢୁଆଁ ଭାର । ଭଣଜାଙ୍କ ପାଇଁ ନୂଆବସ୍ତ୍ର ଓ ଫଳମୂଳ ପଠାଇଛନ୍ତି ନିଆଳିର ମାଧବାନନ୍ଦ ଜୀଉ । ମାମୁ ପଠାଇଥିବା ବସ୍ତ୍ର ପିନ୍ଧି ପୋଢୁଆଁ ହେବେ ବଡ଼ଠାକୁର ।

ଶ୍ରୀଜୀଉଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର, ଅରୁଆ ଚାଉଳ, ବିରି, ନଡ଼ିଆ, ଗୁଡ଼, ପାଚିଲା କଦଳୀ, ଘିଅ, ପାନ, ଗୁଆ, କର୍ପୂର, ଅଗୁର ଓ ଗୋପାଳବଲ୍ଲଭ ପାଇଁ ବିଭିନ୍ନ ଫଳମୂଳ, ତୁଳସୀ, ପଦ୍ମଫୁଲ ମାଳ ନେଇ ପୁରୀ ଅଭିମୁଖେ ଯାଇଛନ୍ତି ୨୦ ଜଣ ବେହେରା ସେବକ। ୭ ବର୍ଷ ହେଲା ନିଆଳି ମାଧବ ପୀଠରୁ ଶ୍ରୀମନ୍ଦିର ଯାଉଛି ପୋଢୁଆଁ ଭାର । ବଡ଼ କଥା ହେଉଛି ପୋରୁହାଁ ପିଲାମାନଙ୍କୁ ଏହି ପର୍ବ ପାଇଁ ମାମୁଘରୁ ନୂଆ ପୋଷାକ ମିଳିଥାଏ । ମାମୁଘରେ ଭଣଜା ପୁଅଠୁ ବି ଅଧିକ ବୋଲି ବିବେଚନା କରାଯାଉଥିବାରୁ ମାମୁଘରୁ ନୂଆ ପୋଷାକ ମିଳିବା ପ୍ରଥା ଚଳିଆସୁଛି । ଏହି ଅବସରରେ ବଡ଼ସନ୍ତାନମାନଙ୍କୁ ଷଠୀଦେବୀଙ୍କ ନିକଟରେ ବନ୍ଦାପନା ସହ ପୂଜା କରାଯାଇଥାଏ । ହଳଦୀପତ୍ର ପିଠା ଓ ଖିରି ଷଠୀଦେବୀଙ୍କୁ ଲାଗି କରାଯାଏ । ତେଣୁ ରାତିରୁ ଘରେ ଘରେ ବିରି ବଟାରୁ ଆରମ୍ଭ କରି ନଡ଼ିଆ, ମୁଗ, ବିରି, ଗୁଡ଼ ମିଶ୍ରିତ ପୁର ପ୍ରସ୍ତୁତି ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି