Masthead

କାହାର ହେବ ନୂଆପଡ଼ା ବିଧାନସଭା?

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ଆଜି ବାହାରିବ ନୂଆପଡ଼ା ଉପନିର୍ବାଚନ ଫଳାଫଳ । ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍ ଗଣତି । ୧୪ ଟେବୁଲରେ ୨୬ ରାଉଣ୍ଡ କାଉଣ୍ଟିଂ । ନୂଆପଡ଼ା ନ୍ୟାସନାଲ୍ କଲେଜରେ ସୁରକ୍ଷା କଡ଼ାକଡ଼ି । ଗଣତିକୁ ସମ୍ପୂର୍ଣ୍ଣ ସ୍ବଛ ଓ ପାରଦର୍ଶିତାର ସହ ଶେଷ କରିବା ପାଇଁ ସାମିଲ ହେବାକୁ ଥିବା ଅଧିକାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । ପ୍ରଥମେ ପୋଷ୍ଟାଲ୍‌ ବାଲାଟ୍, ପରେ ଇଭିଏମ୍‌ ଗଣତି ହେବ । ପ୍ରତି ରାଉଣ୍ଡରେ ରେଜଲ୍ଟ ଘୋଷଣା କରାଯିବ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ଭୋଟ୍ ଗଣତି ହେବ । ଗଣତି ପୂର୍ବରୁ ଆଜି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ବରିଷ୍ଠ ଅଧିକାରୀ । ଷ୍ଟ୍ରଙ୍ଗରୁମରେ ଥିବା ଇଭିଏମ ଓ ଭିଭିପାଟ୍ ମେସିନର ନିରୀକ୍ଷଣ କରାଯାଇଛି । ପ୍ରତ୍ୟେକ ଟେବୁଲରେ ଜଣେ ଗଣତି ସହକାରୀ ଅଧିକାରୀ, ଗଣତି ସୂପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର୍ ନିୟୋଜିତ ରହିବେ । ନୂଆପଡା ଉପନିର୍ବାଚନ ଫଳାଫଳ ରାଜନୈତିକ ଦୃଷ୍ଟିକୋଣରୁ ସବୁ ଦଳ ପାଇଁ ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ତେଜିଛି ରାଜନୀତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ