ଜୟଙ୍କ ବଡ଼ ବିଜୟ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପ ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଏହି ଆସନରୁ ୮୩ ହଜାର ୭୪୮ରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ବିଜୟ ପରେ ବିଜେପି ପ୍ରାର୍ଥୀଙ୍କ ସେଲିବ୍ରେସନ ଦେଖିବାକୁ ମିଳିଛି । ଜୋୟ ଢୋଲକିଆ ଏକ ବଡ଼ ଭୋଟ ବ୍ୟବଧାନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କୁ ପଛରେ ପକାଇଦେଇଥିଲେ । ଏକତରଫା ଭାବେ ବିଜେପି ନୂଆପଡ଼ାରେ ବିଜୟ ହାସଲ କରିଛି ।

ଜୟ ଢୋଲକିଆ ମୋଟ ୧ ଲକ୍ଷ ୨୩ ହଜାର ୮୬୯ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ୪୦ ହଜାର ୧୨୧ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୩୮ ହଜାର ୪୦୮ ଖଣ୍ଡ ଭୋଟ ପାଇଛନ୍ତି ।  ଏହି ଉପ ନିର୍ବାଚନରେ ବିଜେଡି ପ୍ରଥମଥର ପାଇଁ ତୃତୀୟ ସ୍ଥାନରେ ରହିଛି । ବିଜେଡିକୁ ଟପି କଂଗ୍ରେସ ଦ୍ବିତୀୟ ସ୍ଥାନ ହାସଲ କରିଛି ।

ଏହି ଆସନରେ ବିଜେପି ୨ଥର ବିଜୟୀ ହୋଇଛି । ୨୦୦୦ ଓ ୨୦୧୪ ମସିହାରେ ବିଜେପିର ବସନ୍ତ କୁମାର ପଣ୍ଡା ବିଜୟୀ ହୋଇଥିଲେ । ତେବେ ପୁଣି ଥରେ ଏହି ଆସନ ଏବେ ବିଜେପି ହାତକୁ ଯାଉଛି । ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ାରେ ଉପ ନିର୍ବାଚନ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ