Masthead

ଏମିତି ବି ଆସେ ମୃତ୍ୟୁ

ନୀଳଗିରି(ବଡ଼ ଖବର ବ୍ୟୁରୋ):  ମୃତ୍ୟୁ ଏମିତି ବି ଆସେ । ରୋଗୀ ଦେଖୁ ଦେଖୁ ଡାକ୍ତରଖାନାରେ ନିଜେ ଟଳିପଡ଼ିଲେ ଡାକ୍ତର। ନୀଳଗିରି ଉପଖଣ୍ଡ ହସ୍ପିଟାଲରୁ ଆସିଲା ଅଭାବନୀୟ ଖବର । ଡ୍ୟୁଟି ବେଳେ ହୃତ୍‌ଘାତର ଶିକାର ହେଲେ ଡାକ୍ତର ତ୍ରିନାଥ ପାଲ୍ । ଯାହାକୁ ନେଇ ଡାକ୍ତରଖାନାରେ ଶୋକର ଛାୟା ଖେଳିଯାଇଛି।ସୂଚନା ଅନୁଯାୟୀ, ସବୁ ଦିନ ଭଳି ଆଜି ସକାଳେ ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର ତ୍ରିନାଥ ପାଲ୍ ରୋଗୀଙ୍କୁ ଦେଖୁ ଥିଲେ। ତାଙ୍କର ଓପିଡିରେ ଡ୍ୟୁଟି ଥିଲା । ଏହି ସମୟ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ।

ହଠାତ ଅସୁସ୍ଥ ଅନୁଭବ କରିବାରୁ ରୋଗୀଙ୍କୁ ଛାଡ଼ି ଡାକ୍ତର କାର୍ଯ୍ୟଗୃହରେ ଥିବା ବାଥ୍‌ ରୁମ୍‌ ଯାଇଥିଲେ । କିଛି ସମୟ ନଆସିବାରୁ ଅନ୍ୟ ଡାକ୍ତର ଫୋନ କରିଥିଲେ । ହେଲେ ସେ ଫୋନ ଉଠାଇ ନଥିଲେ । ବହୁ କଷ୍ଟରେ ସେ ବାଥ୍‌ ରୁମ୍‌ କବାଟ ଖୋଲି ଆସିବା ପରେ ହଠାତ ଟଳି ପଡିଥିଲେ । ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ବାଲେଶ୍ଵର ନିଆଯାଇଥିଲା । ହେଲେ ଡାକ୍ତର ମୃତ ଘୋଷଣା କରିଥିଲେ। ଏନେଇ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବାରବାଟୀରେ ବଡ଼ ଲଢ଼େଇ 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବାରବାଟୀରେ ବଡ଼ ଲଢ଼େଇ 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ