ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ  (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି । ପଇତାଲାଗି ନୀତି ଯୋଗୁଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ବନ୍ଦ ରହିବ ଦର୍ଶନ । ଆଜି ମାର୍ଗଶୀର କୃଷ୍ଣ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପାଞ୍ଚ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାୟୀ, ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ।

ଅପରାହ୍ନ ୫ ଟା ଠାରୁ ରାତି ୧୦ ଟା ଯାଏଁ ପାଞ୍ଚ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦଇତାପତି ସେବାୟତମାନଙ୍କ ଦ୍ୱାରା ଅନୁଷ୍ଠିତ ହେବାକୁ ଥିବା ଏହି ଗୁପ୍ତ ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପାଟରା ସେବାୟତଙ୍କ ଦ୍ୱାରା ପ୍ରସ୍ତୁତ ପଇତା ଲାଗି କରାଯିବ। ପଇତାଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ବର୍ଷକୁ ଦୁଇଥର ମହାପ୍ରଭୁଙ୍କର ଏହି ପଇତା ଲାଗି ନୀତି ଅନୁଷ୍ଠିତ ହେଉଥିବା ବେଳେ ଗୋଟିଏ ଓଢ଼ଣୀ ଷଷ୍ଠୀ ପୂର୍ବରୁ ଏବଂ ଅନ୍ୟଟି ଚନ୍ଦନ ଯାତ୍ରା ପୂର୍ବରୁ ହେବାର ପରମ୍ପରା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ